ଆଜି ସୁନ୍ଦରଗଡରୁ ତିନିଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଆସିଲା ସମସ୍ତ ସଂକ୍ରମିତଙ୍କ ତଥ୍ୟ

Published By : Prameya-News7 Bureau | April 26, 2020 IST

ଭୁବନେଶ୍ବର ୨୬।୦୪: ରାଜ୍ୟରେ ଆଜି ପୁଣି ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ସୁନ୍ଦରଗଡ ଜିଲ୍ଲାର ବୋଲି ଜଣାପଡିଛି । ସଂପୃକ୍ତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷମାନଙ୍କର କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

wp:core-embed/twitter {"url":"https://twitter.com/IPR_Odisha/status/1254238184772268032","type":"rich","providerNameSlug":"twitter","className":""}
https://twitter.com/IPR_Odisha/status/1254238184772268032
/wp:core-embed/twitter

ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ତିନି ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଓ ଜଣେ ମହିଳା ବୋଲି ଜଣାପଡିଛି । ସେହିପରି ସେମାନଙ୍କ ବୟସ ଯଥାକ୍ରମେ ୨୩ବର୍ଷୀୟ ପୁରୁଷ, ୬୦ବର୍ଷୀୟ ପୁରୁଷ ଓ ୫୭ବର୍ଷୀୟା ମହିଳା ରହିଛନ୍ତି ବୋଲି ରାଜ୍ୟ ସୂଚନା ଓ କଲ୍ୟାଣ ବିଭାଗ ଟ୍ୱିଟ୍‌ ମାଧ୍ୟମରେ ସୂଚନା ପ୍ରଦାନ କରିଛି । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ପୂର୍ବରୁ ଜଣେ ସଂକ୍ରମିତଙ୍କ ସଂସ୍ପର୍ଶରେ ଦୁଇଜଣ ଆକ୍ରାନ୍ତ ଆସିଥିବା ଜଣାପଥିବା ବେଳେ ଅନ୍ୟ ଜଣ ଆକ୍ରାନ୍ତ ପୂର୍ବ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.