Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତାଙ୍କୁ ବିଭିନ୍ନ ନୂଆ ଦାୟିତ୍ବ: ଅପରାଜିତା ହେଲେ ଲାଭାର୍ଥୀ ସମ୍ପର୍କ ବିଭାଗ ମୁଖ୍ୟ

18/01/2019 at 7:45 PM

ଭୁବନେଶ୍ୱର୧୮/୦୧: ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ଶ୍ରୀ ବସନ୍ତ ପଣ୍ଡାଙ୍କ ଅନୁମୋଦନ କ୍ରମେ ପାର୍ଟିର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ଅଧିକ ଚଳଚଚଂଳ କରିବା କ୍ରମରେ ଦଳୀୟ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି । ସେହି ମର୍ମରେ ଦଳୀୟ ଆଭିମୂଖ୍ୟକୁ ଅଧିକ ଲୋକାଭିମୁଖୀକରିବା ନିମନ୍ତେ ଆଇନ ଓ ସୂଚନା ଅଧିକାର ସେବାର ମୁଖ୍ୟ ଭାବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଓକିଲ ଶ୍ରୀ ପିତାମ୍ବର ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଥିବାବେଳେ ସ୍ୱେଚ୍ଛାକୃତ ଅବସରପ୍ରାପ୍ତ ପ୍ରଶାସିକା ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀଙ୍କୁ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ଲାଭାର୍ଥୀ ସମ୍ପର୍କ ବିଭାଗର ମୁଖ୍ୟ ଭାବେ ଘୋଷଣା କରାଯାଇଛି । ସେହିଭଳି ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ କାର୍ଯ୍ୟକୁ ଅଧିକ କ୍ରିୟାଶୀଳ କରାଇବା ପାଇଁ ଯଥାକ୍ରମେ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ଓ ରାଜ୍ୟ ସମ୍ପାଦିକା ଶ୍ରୀମତୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବିଭାଗର ମୁଖ୍ୟ ଦାୟିତ୍ୱ ଦିଆଯାଇଛି

   Related Posts