Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||

ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ, ସଂଶୋଧିତ ଗାଇଡଲାଇନ୍ ଜାରି କଲେ ଏସଆରସି

31/10/2020 at 3:20 PM

ଭୁବନେଶ୍ୱର, ୩୧|୧୦ : ରାଜ୍ୟ ସରକାର ଅନଲକ୍ ୬ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଏଥିରେ ନଭେମ୍ବର ୧୬ରୁ ସ୍କୁଲ ଖୋଲିବା ନେଇ କୁହାଯାଇଥିଲା । ତେବେ ସ୍ୱତନ୍ତ୍ର ରିଲିଫ କମିଶନର ସଂଶୋଧିତ ଗାଇଡଲାଇନ୍ ଜାରି କରିଛନ୍ତି । ଏଥିରେ ନଭେମ୍ବର ୩୦ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି କୁହାଯାଇଛି ।

ସଂଶୋଧିତ ଗାଇଡଲାଇନ୍ ଅନୁସାରେ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲ କେବେ ଖୋଲିବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ । ନଭେମ୍ବର ୧୫ ପରେ ହିଁ ଏନେଇ ନିଷ୍ପତ୍ତି ନିଆଯିବ ।

ତେବେ ଏହି ସମୟ ମଧ୍ୟରେ ସମସ୍ତ ପରୀକ୍ଷା ଓ ଖାତା ଦେଖା ଜାରି ରହିବ । ଏହାସହ ଅନଲାଇନର ପୂର୍ବଭଳି ଛାତ୍ରଛାତ୍ରମାନେ ପାଠ ପଢିପାରିବେ । ସ୍କୁଲ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ଅନୁଷ୍ଠାନର କର୍ମଚାରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ ଆସିପାରିବେ । ସେମାନେ ଅନଲାଇନରେ ପିଲାଙ୍କୁ ପାଠ ପଢାଇପାରିବେ । କିନ୍ତୁ କଣ୍ଟେନମେଣ୍ଟ ଜୋନରେ ଏହି ନିୟମ ଲାଗୁ ହେବ ନାହିଁ ।

ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ପିଏଚଡି ଛାତ୍ରଛାତ୍ରୀ ଓ ସ୍ୱାତକୋତ୍ତର ଶ୍ରେଣୀର ଛାତ୍ରଛାତ୍ରୀ ଗବେଷଣା ପାଇଁ ଲାବୋରାଟୋରୀ ଯାଇପାରିବେ । ଏହାସହ ସମସ୍ତ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଓ ଅନ୍ୟ ତାଲିମ କାର୍ଯ୍ୟକ୍ରମ ଖୋଲା ରହିବ ।

   Related Posts