Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ନୂଆବର୍ଷରୁ ନୂଆ ଟ୍ରାଫିକ୍ ନିୟମ କଡାକଡି, ଟୁ-ହ୍ବିଲରରେ ୨ ଜଣ ଯାତ୍ରୀ ଥିଲେ ଡବଲ୍ ହେଲମେଟ୍ ବାଧ୍ୟତାମୂଳକ

8/12/2020 at 3:27 PM

ଭୁବନେଶ୍ବର ୮।୧୨: ଏଣିକି କେବଳ ବାଇକ୍‌ ଚାଳକ ହେଲମେଟ୍‌ ପିନ୍ଧିଲେ ଚଳିବ ନାହିଁ । ବାଇକ୍ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲମେଟ୍ ପିନ୍ଧିବା ବାଧ୍ୟତାମୂଳକ । ଜାନୁଆରୀ ପହିଲାରୁ କଡାକଡି ହେବ ଟ୍ରାଫିକ୍ ନିୟମ । ବାଇକ୍ ରେ ଯାଉଥିଲେ ଦୁଇ ଜଣ ହେଲମେଟ୍ ପିନ୍ଧିବା ନିୟମ କଡାକଡି କାର୍ଯ୍ୟକାରୀ ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଏହି ଆଇନ ୨୦୧୯ ମସିହାରୁ ପାସ୍ ହେଲାଣି । କିନ୍ତୁ କରୋନା ମହାମାରୀ ପାଇଁ ଏହା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ ।

ଯଦି ବାଇକ୍‌ ପଛରେ ବସିଥିବା ବ୍ୟକ୍ତି ହେଲମେଟ୍‌ ପିନ୍ଧି ନଥିବେ ତେବେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ ହେବ। ମୋଟର ଯାନ ଆକ୍ଟ ୨୦୧୯ ଆଧାରରେ ଏହି ନିୟମ ରାଜ୍ୟରେ କଡାକଡି ପାଳନ କରାଯିବ ବୋଲି ରାଜ୍ୟ ପରିବହନ ପ୍ରାଧୀକରଣ (ଏସଟିଏ) ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା ।

ଜନସାଧାରଣଙ୍କ ଜନ ଜୀବନ ସୁରକ୍ଷା ଦାୟିତ୍ବ ସରକାରଙ୍କ ଲକ୍ଷ୍ୟ । ଏବେ ଲୋକ ସଚେତନ ହେଲେଣି । ସମସ୍ତେ ସଚେତନ ହେବେ । ଏଣିକି ଜୋରଦାର ଚେକିଂ ହେବ । ଏହାସହ ଡ୍ରାଇଭିଂ ଲାଇସେନ୍ସ କାର୍ଯ୍ୟ ବି ଆରମ୍ଭ ହୋଇଗଲାଣି । ୫ ଲକ୍ଷ ଡ୍ରାଇଭିଂ ଲାଇସେନ୍ସ ଓ ଲର୍ଣ୍ଣିଂ ଲାଇସେନ୍ସ କାର୍ଯ୍ୟ ଆରମ୍ଭ ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

   Related Posts