Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଶପଥ ନେଲେ ଦେଶର ୪୮ତମ ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ. ଭି. ରାମଣା: ଶପଥପାଠ କରାଇଲେ ରାଷ୍ଟ୍ରପତି

24/04/2021 at 11:41 AM

ନୂଆଦିଲ୍ଲୀ ୨୪/୪: ଦେଶର ନୂଆ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ଏନ. ଭି. ରାମଣା । ପ୍ରଧାନ ବିଚାରପତିଙ୍କୁ ପଦ ଏବଂ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଜଷ୍ଟିସ୍ ରାମଣା ହେଉଛନ୍ତି ଦେଶର ୪୮ତମ ପ୍ରଧାନ ବିଚାରପତି । ସେ ୨୦୨୨ ଅଗଷ୍ଟ ୨୬ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ।

ଜଷ୍ଟିସ୍ ଏନ. ଭି. ରାମଣା ୨୦୦୦ ମସିହା ଜୁନ୍‌ ମାସରେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟରେ ଜଣେ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ସୁପ୍ରିମକୋର୍ଟକୁ ଯିବା ପୂର୍ବରୁ ସେ ଦିଲ୍ଲୀ ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀରେ ଥିଲେ । ଆନ୍ଧ୍ର ପ୍ରଦେଶର ଏକ କୃଷକ ପରିବାରରେ ୧୯୫୭ ଅଗଷ୍ଟ ୨୭ତାରିଖରେ ଜନ୍ଜମଗ୍ଷ୍ଟିରହଣ କରିଥିଲେ ସ୍ ଏନ. ଭି. ରାମଣା । 

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଶରଦ୍ ଅରବିନ୍ଦ ବୋବ୍‌ଡେଙ୍କର କାର୍ଯ୍ୟକାଳ ଶୁକ୍ରବାର ଶେଷ ହୋଇଛି । ଜଷ୍ଟିସ୍ ବୋବ୍‌ଡେ ୨୦୧୩ ଏପ୍ରିଲ ୧୨ରେ ସୁପ୍ରିମ କୋର୍ଟର ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ତେବେ ସେ ସୁପ୍ରିମକୋର୍ଟର ୪୭ତମ ପ୍ରଧାନ ବିଚାରପତି ରୂପେ ୨୦୧୯ ନଭେମ୍ବର ୧୪ ରେ ଦାୟିତ୍ୱ ନେଇଥିଲେ । ଜଷ୍ଟିସ୍ ବୋବଡେ ତାଙ୍କର ୧୪ ମାସର କାର୍ଯ୍ୟକାଳରେ କେବଳ ୯୦ ଦିନ ହିଁ କୋର୍ଟରୁମରେ ଶୁଣାଣି କରିପାରିଥିଲେ । କରୋନା କଟକଣା ଯୋଗୁଁ ତାଙ୍କର କାର୍ଯ୍ୟକାଳର ଅନେକ ଶୁଣାଣି ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରାଯାଇଥିଲା ।

   Related Posts