Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଶପଥ ନେଲେ ନବନିର୍ବାଚିତ ୨ ବିଧାୟକ, ଶୀତ ଅଧିବେଶନ ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

18/11/2020 at 12:25 PM

ଭୁବନେଶ୍ୱର ୧୮।୧୧: ଶପଥ ନେଲେ ନବନିର୍ବାଚିତ ୨ ବିଧାୟକ । ବିଧାନସଭା ପରିସରରେ ଶପଥ ନେଲେ ୨ ନବନିର୍ବାଚିତ ବିଧାୟକ ସ୍ବରୂପ ଦାସ ଓ ବିଜୟ ଶଙ୍କର ଦାସ । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶପଥ ପାଠ କରାଇଛନ୍ତି । ସେପେଟ ଆଗାମୀ ବିଧାନସଭା ଅଧିବେଶନକୁ ଦୃଷ୍ଟିରେ ରଖି ସର୍ବଦଳୀୟ ବୈଠକ ବସିଛି ।

ଆସନ୍ତା ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହାପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଛି । କରୋନା ମହାମାରୀ କଟକଣା ସମୟରେ ଏଥର ଶୀତ ଅଧିବେଶନ ପରିଚାଳନା କିପରି ହେବ, କିଭଳି ଗୃହ କାର୍ଯ୍ୟ ସୁରୁଖୁରୁରେ ଚାଲିବ ସେନେଇ ଆଲୋଚନା କରିବାକୁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା ସହ ସହଯୋଗ ଲୋଡ଼ିବେ ବାଚସ୍ପତି। ଶୀତ ଅଧିବେଶନରେ ପ୍ରଶ୍ନକାଳ ଉପରେ ଆଲୋଚନା ହେବ କି ନାହିଁ, ସେନେଇ ମତ ନିଆଯିବ । ପୂର୍ବରୁ ବିଧାନସଭା ମୌସୁମୀ ଅଧିବେଶନରେ ପ୍ରଶ୍ନକାଳକୁ ବାତିଲ କରାଯାଇଥିଲା। ସେହିପରି ସର୍ବଦଳୀୟ ବୈଠକ ପୂର୍ବରୁ ଆଜି ତିର୍ତ୍ତୋଲ ଓ ବାଲେଶ୍ୱରର ନବ ନିର୍ବାଚିତ ବିଧାୟକଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଥିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।


   Related Posts