Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ : ଆଜି ବି ରାଜ୍ୟରେ କାଳବୈଶାଖୀ ବର୍ଷା

1/05/2020 at 8:35 AM

ଭୁବନେଶ୍ୱର ୦୧।୦୫: ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଲଘୁଚାପର ରୁପ ନେବ । ପ୍ରଥମେ ଏହା ଉତ୍ତରରୁ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ୩-୪ଦିନ ପରେ ଉତ୍ତରରୁ ଉତ୍ତର-ପୂର୍ବ ଦିଗରେ ଗତି କରି ମିଆଁମାର ଓ ଦକ୍ଷିଣ ପୂର୍ବ ବାଂଲାଦେଶରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପୂର୍ବାନୁମାନ କରିଛି । ତେବେ ତା’ର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡିବ ନାହିଁ । ଅପରପକ୍ଷେ ଦକ୍ଷିଣ ଓଡ଼ିଶାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ଉତ୍ତର- ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ୍‌ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, ନୟାଗଡ଼, ଗଞ୍ଜାମ, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

ସେହିପରି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାତି ବଢ଼ିବ । ତେବେ ୫ ତାରିଖରେ କାଳବୈଶାଖୀର ପ୍ରକୋପ ସାମାନ୍ୟ ବଢ଼ିବ ବୋଲି ସେ ଆକଳନ କରିଛନ୍ତି।

   Related Posts