Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ପରବର୍ତ୍ତୀ ନୌସେନା ମୁଖ୍ୟ ଭାବେ ଦାୟିତ୍ୱ ନେବେ ଆର. ହରି କୁମାର, ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି

10/11/2021 at 9:25 AM

ନୂଆଦିଲ୍ଲୀ ୧୦/୧୧: ଦେଶର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବେ ଦାୟିତ୍ବ ନେବେ ଆର ହରି କୁମାର । ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡ ମୁଖ୍ୟ ଭାଇସ ଆଡମିରାଲ ଆର ହରି କୁମାରଙ୍କୁ ନୌସେନା ମୁଖ୍ୟ ନିଯୁକ୍ତ କରାଯାଇଛି । ସେ ଆସନ୍ତା ୩୦ରେ ବର୍ତ୍ତମାନ ନୌସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଆଡମିରାଲ କରମବୀର ସିଂହଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ ।

ଏ ନେଇ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ଆର ହରି କୁମାର ୱେଷ୍ଟର୍ଣ୍ଣ ନାଭାଲ କମାଣ୍ଡରେ ଫ୍ଲାଗ ଅଫିସର କମାଣ୍ଡିଂ ଇନ୍ ଚିଫ ଭାବେ କାର୍ଯ୍ୟ କରୁଛନ୍ତି । ନୌସେନାର କାର୍ଯ୍ୟନିର୍ବାହୀ ବ୍ରାଞ୍ଚରେ ହରି କୁମାର ୧୯୮୩ ମସିହା ଜାନୁଆରୀ ୧ରେ ନିଯୁକ୍ତ ପାଇଥିଲେ। ଏହି ୩୯ ବର୍ଷର କାର୍ଯ୍ୟକାଳ ମଧ୍ୟରେ ସେ ନୌସେନାର ବିଭିନ୍ନ ପଦପଦବୀରେ କାମ କରିଛନ୍ତି ।

ସେ ଆଇଏନଏସ୍ ବିରାଟ ଓ ମିସାଇଲ ବିଧ୍ୱଂସକାରୀ ଆଇଏନଏସ୍ ରଣବୀରର ପରିଚାଳନା ଦାୟିତ୍ୱ ସମ୍ପାଦନ କରିଛନ୍ତି। ଏହା ବ୍ୟତୀତ ଆର ହରି କୁମାର ଇଣ୍ଟିଗ୍ରେଟେଡ ଡିଫେନ୍ସ ଷ୍ଟାଫ ମୁଖ୍ୟ ଭାବେ ମଧ୍ୟ କାର୍ଯ୍ୟ କରିବାର ଅଭିଜ୍ଞତା ରଖିଛନ୍ତି । ତେଣୁ ତାଙ୍କୁ ନୌସେନାର ମୁଖ୍ୟ ଭାବେ ନିଯୁକ୍ତି ମିଳିଛି। ୩୦ ତାରିଖ ମଧ୍ୟାହ୍ନରୁ ସେ ନୌସେନା ମୁଖ୍ୟ ଭାବେ କାମ ଆରମ୍ଭ ରଖିବେ ।

   Related Posts