ନ୍ୟୁଜିଲାଣ୍ଡରେ ଭାରତୀୟଙ୍କୁ ପ୍ରବେଶ ମନା, ଏପ୍ରିଲ ୨୮ ଯାଏଁ ରୋକ୍ ଲଗାଇଲା କିଓ୍ୱି ପ୍ରଶାସନ

Published By : Prameya-News7 Bureau | April 08, 2021 IST

ନୂଆଦିଲ୍ଲୀ, ୦୮।୦୪:  ସାରା ବିଶ୍ୱରେ କରୋନା ଭାଇରସର ଆତଙ୍କ ଜାରି ରହିଛି । ଭାରତରେ ମଧ୍ୟ ସଂକ୍ରମଣ ହୁହୁ ହୋଇ ବଢୁଛି । ଗତ ୨୪ ଘଣ୍ଟାରେ ୧ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରେ ନ୍ୟୁଜିଲାଣ୍ଡରେ ଭାରତୀୟଙ୍କ ପ୍ରବେଶ ଉପରେ ରୋକ୍ ଲାଗିଛି ।

ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡର୍ନ ଭାରତରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ ଉପରେ ରୋକ୍ ଲଗାଇଛନ୍ତି । ଏପ୍ରିଲ ୨୮ ଯାଏଁ ସମସ୍ତ ଯାତ୍ରୀଙ୍କ ପ୍ରବେଶକୁ ସସପେଣ୍ଡ କରାଯାଇଛି । କିଓ୍ୱିର ଏହି ନିଷ୍ପତ୍ତି ସେତେବେଳେ ସାମ୍ନାକୁ ଆସିଛି ଯେତେବେଳେ ଭାରତରେ ଗତ ୨ ଦିନ ହେଲା ପଜିଟିଭ୍ ମାମଲା ୧ ଲକ୍ଷ ଉପରେ ରହିଛି ।

ସୂଚନାଯୋଗ୍ୟ, କରୋନା ସଂକ୍ରମିତଙ୍କ ସଂଖ୍ୟା ଦୃଷ୍ଟିରୁ ଭାରତ ବିଶୱ୍ର ୩ ନମ୍ବର ସର୍ବାଧିକ ପ୍ରଭାବିତ ଦେଶ । ବିଶ୍ୱର ସବୁଠାରୁ ଅଧିକ କେସ୍ ଭାରତରେ ହିଁ ଆସୁଛି । ସେହିପରି ଆରୋଗ୍ୟ ଦୃଷ୍ଟିରୁ ମଧ୍ୟ ଭାରତ ଆମେରିକା ପଛରେ ଦ୍ୱିତୀୟରେ ରହିଛି । ମୃତ୍ୟୁସଂଖ୍ୟାରେ ଆମେରିକା, ବ୍ରାଜିଲ ଓ ମେକ୍ସିକୋ ପଛରେ ଭାରତ ରହିଛି ।

ସୂଚନାଯୋଗ୍ୟ, ଦେଶରେ ଜାନୁଆରୀ ୧୬ରୁ କରୋନା ଟିକାକରଣ ଅଭିଯାନ ଜାରି ରହିଛି । ଏପ୍ରିଲ ୭ ତାରିଖ ସୁଦ୍ଧା ୮ କୋଟି ୭୦ ଲକ୍ଷ ଲୋକଙ୍କୁ ଟିକା ଦିଆ ସରିଲାଣି । ଭାକସିନର ଦ୍ୱିତୀୟ ଡୋଜ୍ ଅଭିଯାନ ଫେବ୍ରୁଆରୀ ୧୩ରୁ ଆରମ୍ଭ ହୋଇଥିଲା । ଏପ୍ରିଲ ୧ରୁ ୪୫ ବର୍ଷରୁ ଉର୍ଧ୍ୱ ସମସ୍ତଙ୍କୁ ଟିକା ଲଗାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.