Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||
  • ସରକାରଙ୍କ ବଡ ନିଷ୍ପତ୍ତି, ନବମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଫି ୪୦ ପ୍ରତିଶତ କମିଲା, ଅଭିଭାବକଙ୍କୁ ମିଳିଲା ବଡ ଆଶ୍ଵସ୍ତି
  • ||
  • ଅଲମ୍ପିକ ପ୍ରସ୍ତୁତି ପାଇଁ ଗଠିତ ସଂସଦୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ, କମିଟିର ସଦସ୍ୟ ରହିଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ସସ୍ମିତ ପାତ୍ର
  • ||
  • ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
  • ||
  • ବାଲେଶ୍ବର ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କ ଡିଜିଟାଲ ପ୍ରଚାର: କହିଲେ, ‘ମୁଁ ସବୁବେଳେ ଆପଣଙ୍କ ସାଥିରେ ଅଛି’
  • ||
  • ମଙ୍ଗ ସମ୍ଭାଳିଲେ ନୀତିଶ ରାଣା, ଚେନ୍ନାଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||

ନିଆଁରେ ପୋଡି ହୋଇ ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

16/03/2020 at 7:44 AM

ସୋର ୧୬।୦୩: ନିଆଁରେ ପୋଡି ହୋଇ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ବର ଜିଲ୍ଲା ଔପଦା ଥାନା ଗଡ଼ସାହି ଗାଁରେ ଘଟିଛି ଘଟଣା । ଗୁରୁତର ଥିବା ମହିଳାଙ୍କ ନାମ କୌଶଲ୍ୟା ବୋଲି ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଔପଦା ଥାନା ଗଡସାହି ଗାଁର ରବୀନ୍ଦ୍ର ଖଣ୍ଡେଇଙ୍କ ସ୍ତ୍ରୀ କୌଶଲ୍ୟ (୪୨) ରବିବାର ସଂଧ୍ୟା ସମୟରେ ରୋଷେଇ କରୁଥିଲେ । ହଠାତ୍‌ କୌଣସି କାରଣ ବଶତଃ କୌଶଲ୍ୟା ପିନ୍ଧିଥିବା ଶାଢିରେ ନିଆଁ ଲାଗିଯାଇଥିଲା । ଯାହାଫଳରେ କୌଶଲ୍ୟାଙ୍କ ଶରୀରର ଅଧାଭାଗ ପୋଡି ହୋଇଯାଇଥିଲା। କୌଶଲ୍ୟାଙ୍କୁ ପରିବାର ଲୋକେ ଉଦ୍ଧାର କରି ପ୍ରଥମେ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସଂକଟାପନ୍ନ ହେବାରୁ କଟକ ସ୍ଥାନାନ୍ତରିତ କରାଯାଇଛି।

   Related Posts