Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେଣି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

ରାଜ୍ୟର ୧୦ ଜିଲ୍ଲାରେ ଲାଗୁହେଲା ନାଇଟ୍‌ କର୍ଫ୍ୟୁ : ରାତି ୧୦ରୁ ଭୋର ୫ ସବୁ ବନ୍ଦ‌‌, ଜରୁରୀ ସେବାକୁ ଅନୁମତି

3/04/2021 at 3:31 PM

ଭୁବନେଶ୍ବର ୦୩/୦୪ : ଓଡିଶାକୁ ଫେରିଲା ନାଇଟକଫ୍ୟୁ । ୧୦ ଜିଲ୍ଲା​‌ରେ ନାଇଟ୍‌ କର୍ଫ୍ୟୁ ଲାଗୁହେବା ନେଇ ଘୋଷଣା କରାଯାଇଛି । ୧୦ ଜିଲ୍ଲା ସୁନ୍ଦରଗଡ, ବଲାଙ୍ଗିର, ନୂଆପଡା, ସମ୍ବଲପୁର, ଝାରସୁଗୁଡା, କଳାହାଣ୍ଡି, ନବରଙ୍ଗୁପର, କୋରାପୁଟ, ମାଲକାନାଗିରି ଏବଂ ବରଗଡ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ କରାଯାଇଛି । ରାତି ୧୦ଟାରୁ ଭୋର ୫ ଟା ଯାଏଁ ରାଜ୍ୟର ଏହି ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁହେବ । ଆସନ୍ତା ଏପ୍ରିଲ ୫ ତାରିଖରୁ ଏହି ନିୟମ ଲାଗୁ ହେବା ନେଇ ସୂଚନା ମିଳିଛି । ନାଇଟ କର୍ଫ୍ୟୁ ବେଳେ ଜରୁରୀ ସେବା ଚାଲୁ ରହିବ ।

ସୂଚନାଯୋଗ୍ୟ, ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଗତ କିଛି ଦିନ ଧରି ଲଗାତାର ଭାବେ ସଂକ୍ରମିତଙ୍କ ସଂଖା ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁହେବା ନେଇ ଘୋଷଣା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୨୨୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts