Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଗୁଜରାଟରେ କରୋନାକୁ ଲାଗୁନି ବ୍ରେକ୍: ଆଉ ୯ ସହରରେ ଲାଗୁ ହେଲା ନାଇଟ୍ କର୍ଫ୍ୟୁ

27/04/2021 at 3:20 PM

ଅହମଦାବାଦ ୨୭/୦୪ : ଗୁଜରାଟରେ କରୋନା ମାମଲା ବୃଦ୍ଧି ପାଉଥିବାରୁ ଆଉ ୯ ସହରରେ ନାଇଟ୍ କର୍ଫ୍ୟୁ ଘୋଷଣା କରାଯାଇଛି। ରାଜ୍ୟରେ ବର୍ତ୍ତମାନ ୨୯ ସହରରେ ରାତି ୮ଟା ରୁ ସକାଳ ୬ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗିବ। ଏହା ପୂର୍ବରୁ ୨୦ଟି ସହରରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଥିଲା। ଏହି ୨୯ ସହରରେ ରେସ୍ତୋରାଁ ବନ୍ଦ ରହିବ। କିନ୍ତୁ ଟେକ୍ ଆୱେ ଜାରି ରହିବ। ଏହିସବୁ ସହରରେ ଜିମ୍, କ୍ଲବ୍, ସିନେମାହଲ୍, ଶପିଂଙ୍ଗ ମଲ୍, ସେଲୁନ୍, ସ୍ପା, APMC ବନ୍ଦ ରହିବ।

ଗୁଜରାଟରୁ ସୋମବାର ଦିନ କରୋନା ସଂକ୍ରମଣର ୧୪ ହଜାର ୩୪୦ ନୂଆ ମାମଲା ସାମ୍ନାକୁ ଆସିଛି। ଏହାପରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୧୦ ହଜାର ୩୭୩ ରେ ପହଞ୍ଚିଛି। ଗୋଟିଏ ଦିନରେ ରାଜ୍ୟରେ ୧୫୮ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁସଂଖ୍ୟା ୬ ହଜାର ୪୮୬ରେ ପହଞ୍ଚିଛି।

ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୨୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୭୭୧ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩ ଲକ୍ଷ ୨୩ ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୭୭୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୩୬ହଜାର ୩୦୭ରେ ପହଞ୍ଚିଛି।

   Related Posts