Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଏହି ସହରରେ ବଢୁଛି କରୋନା ସଂକ୍ରମଣ, ମାର୍ଚ୍ଚ ୮ ଯାଏଁ ନାଇଟ୍ କର୍ଫ୍ୟୁ ଜାରି

24/02/2021 at 10:33 AM

ଔରଙ୍ଗାବାଦ ୨୪।୨: ମହାରାଷ୍ଟ୍ରରେ କରୋନା ଭାଇରସ୍ ସଂକ୍ରମଣ ଥମିବାର ନାଁ ନେଉନାହିଁ । ଗତ କିଛି ଦିନ ମଧ୍ୟରେ କୋଭିଡ୍ ୧୯ ର ସଂକ୍ରମଣ ବୃଦ୍ଧି ହେତୁ ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଛି । ରାତି ୧୧ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଜାରି କରାଯାଇଛି । ଏହା ମାର୍ଚ୍ଚ ମାସ ୮ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ।

ପୋଲିସ କମିଶନର ନିଖିଲ ଗୁପ୍ତାଙ୍କ ସୂଚନା ଅନୁସାରେ ପ୍ରଶାସନିକ ଅଧିକାରୀ ନାଗଗିର ମଞ୍ଚ ଏବଂ ପୋଲିସ ଅଧିକାରୀଙ୍କ ସହ ବୈଠକ ହୋଇଥିଲା । ଏହି ବୈଠକରେ ନାଇଟ୍ କର୍ଫ୍ୟୁ ଲାଗୁ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ସେ ଆହୁରି କହିଛନ୍ତି ଯେ, ଶିଳ୍ପ କ୍ଷେତ୍ର, ହସ୍ପିଟାଲ ଏବଂ ଜରୁରୀ କାଳୀନ ସେବା ଏବଂ ସାର୍ବଜନୀନ ପରିବହନକୁ ଏହି କର୍ଫ୍ୟୁରୁ ବାଦ୍ ଦିଆଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ଔରଙ୍ଗାବାଦ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି । ମହାରାଷ୍ଟ୍ରରେ ମଙ୍ଗଳବାର ଦିନ କରୋନା ଭାଇରସ୍ ଦ୍ବାରା ୬ ହଜାରରୁ ଅଧିକ ସଂକ୍ରମିତ ହୋଇଥିବାବେଳେ ୫୨ ଜଣଙ୍କର ମୃତ୍ୟୁ ହୋଇଛି । ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ସୋମବାର ଦିନ ୫୨୧୦ ଜଣ ସଂକ୍ରମିତ ହୋଇଥିବା ବେଳେ ମଙ୍ଗଳବାର ଦିନ ୬୨୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ୨୧,୧୨,୩୧୨କୁ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।

   Related Posts