Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଆଜିଠୁ ଟ୍ବିନ୍ ସିଟିରେ ନାଇଟ୍ କର୍ଫ୍ୟୁ, ରାତି ୮ଟାରୁ ସକାଳ ୫ଟା ଯାଏଁ ଜାରି ରହିବ କଟକଣା

11/10/2021 at 7:36 AM

ଭୁବନେଶ୍ୱର ୧୧।୧୦:  ଆଜିଠୁ ଟ୍ବିନ୍ ସିଟିରେ ନାଇଟ୍ କର୍ଫ୍ୟୁ । ପାର୍ବଣ ଆରମ୍ଭ ହୋଇଯାଇଥିବାରୁ ଟ୍ୱିନ୍‍ ସିଟିରେ ହାଟ, ବଜାରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଛି। କୋଭିଡ୍‍ ସଂକ୍ରମଣ ୫ଶହ ଉପରେ ରହୁଥିବାରୁ ଏହାକୁ ରୋକିବାକୁ ପ୍ରଶାସନ ଉଦ୍ୟମ କରୁଛି। ଏହାକୁ ଦୃଷ୍ଟିରେ ରଖି ଆଜିଠୁ ଟ୍ୱିନ୍‍ ସିଟିରେ ରାତ୍ରିକାଳୀନ ନାଇଟ୍‍ କର୍ଫ୍ୟୁ ଜାରି ରହିବ। ରାତି ୮ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‍ କର୍ଫ୍ୟୁ ଜାରି ରହିବ। ନାଇଟ୍‍ କର୍ଫ୍ୟୁ ସମୟରେ ଅମାନିଆଙ୍କ ଉପରେ ରହିବ ପୋଲିସର କଡ଼ା ନଜର।

କଟକ-ଭୁବନେଶ୍ବରରେ ପ୍ରମୁଖ ଛକରେ ପୋଲିସ ମୁତୟନ ରହିବେ। ସେଠାରେ ଲୋକଙ୍କୁ ଯାଞ୍ଚ କରିବେ। ଯେଉଁମାନେ ଜରୁରୀ ସେବା ଯୋଗାଇବେ ସେମାନଙ୍କ ପାଇଁ ଯାତାୟାତ କରିବା ପାଇଁ ସୁଯୋଗ ଦିଆଯିବ। ସେପଟେ କଟକରେ ଦୁର୍ଗା ପୂଜା ପାଇଁ ମୁତୟନ ହେବେ ୩୨ ପ୍ଲାଟୁନ ଫୋର୍ସ । ପୂଜା ସମୟରେ କଟକରେ ନିୟୋଜିତ ହେବେ ୧୦୦ ଅଧିକାରୀ । କଟକଣା ନ ମାନିଲେ କାର୍ଯ୍ୟାନୁଷ୍ଠାନ ହେବ। ଆବଶ୍ୟକ ପଡ଼ିଲେ ଅମାନିଆଙ୍କୁ ଗିରଫ କରାଯିବ ବୋଲି କମିଶନରେଟ ପୋଲିସ ପକ୍ଷରୁ ସତର୍କ କରାଯାଇଛି ।

ତେବେ ପାର୍ବଣରେ କରୋନା ସଂକ୍ରମଣ ବଢିପାରେ ବୋଲି କୁହାଯାଉଛି। କଟକ ଓ ଭୁବନେଶ୍ବରରେ ବି ସଂକ୍ରମିତଙ୍କ ସଂଖ୍ୟା ଅଧିକ ରହୁଛି । ଏଣୁ ନିୟମ କଡ଼ାକଡି ପାଳନ ଉପରେ ଅଧିକ ଫୋକସ କରାଯାଇଛି । ଭିଡ଼ କିପରି ନହେବ ତାଉପରେ ନଜର ରଖାଯିବା ସହ ପାର୍ବଣରେ ନିୟମକୁ କଡ଼ାକଡି ପାଳନ କରିବାକୁ ଗୁରୁତ୍ବ ଦିଆଯାଉଛି । ତେଣୁ ଜନସାଧାରଣ ପୂର୍ବଭଳି ସରକାରଙ୍କ କଟକଣାକୁ ମାନି ପୁଲିସକୁ ସହଯୋଗ କରିବାକୁ ପୋଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ନିବେଦନ କରିଛନ୍ତି।

   Related Posts