Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICSE ଦଶମ ଏବଂ ଦ୍ବାଦଶ ପରୀକ୍ଷା ସ୍ଥଗିତ
  • ||
  • ଭାରତ ଆସିବ ପଳାତକ ନିରବ ମୋଦି, ଅନୁମତି ଦେଲେ ବ୍ରିଟେନ୍‌ ଗୃହ ମନ୍ତ୍ରଣାଳୟ
  • ||
  • ଢେଙ୍କାନାଳ : ଶ୍ବଶୁର ଘର ପଛପଟୁ ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ ଠାବ, ଆସିଥିଲେ ସ୍ତ୍ରୀଙ୍କୁ ମନାଇବାକୁ
  • ||
  • ବାଲିପାଟଣା : ମାତ୍ର ୮ଶହ ଟଙ୍କା ଉଧାର ପାଇଁ ଗଲା ଜୀବନ, ମହିଳା ମଣ୍ଡଳ ସଭାନେତ୍ରୀଙ୍କ ପୁଅ ମାଡରେ ଜଣଙ୍କର ମୃତ୍ୟୁ
  • ||
  • ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ କରୋନା ପଜିଟିଭ୍
  • ||
  • ଭୁବନେଶ୍ବର : ସଂକ୍ରମଣ ଆଗକୁ ଆହୁରି ବଢି ବଢି ଚାଲିବ – ସ୍ବାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଗୀତିକାର ପଣ୍ଡିତ କିରଣ ମିଶ୍ରଙ୍କ ଦେହାନ୍ତ: ୧୫ ଦିନ ପୂର୍ବରୁ ନେଇଥିଲେ ଭ୍ୟାକସିନ୍
  • ||
  • ଦ୍ୱିତୀୟ ଥର ପାଇଁ କରୋନା ସଂକ୍ରମିତ ହେ​‌ଲେ ମୁଖ୍ୟମନ୍ତ୍ରୀ ବି. ଏସ୍‌. ୟେଦିୟୁରପ୍ପା, କିଛି ଦିନ ପୂର୍ବେ ନେଇଥିଲେ ଭ୍ୟାକସିନ୍‌
  • ||
  • ଭୁବନେଶ୍ବର : ଭୁବନେଶ୍ବର UPDରେ ଜାରି ହେବ ୧୪୪ ଧାରା, ୨୭ଟି ସ୍ଥାନରେ ମୁତୟନ ହେବେ ବ୍ୟାପକ ପୋଲିସ
  • ||
  • ଭୁବନେଶ୍ବର : ଦଳବିରୋଧୀ କାର୍ଯ୍ୟ ପାଇଁ ସୁନ୍ଦରଗଡର ୨ ବିଜେଡି ନେତା ନିଲମ୍ବିତ
  • ||

ରାଜ୍ୟର ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ, କେବଳ ଏହି କ୍ଷେତ୍ରକୁ ମିଳିଛି କୋହଳ

5/04/2021 at 10:31 PM

ଭୁବନେଶ୍ୱର ୦୫।୦୪: ଆଜି ରାତି ୧୦ଟାରୁ ରାଜ୍ୟର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇ ଯାଇଛି। ଏହା  ସକାଳ ୫ଟା ଯାଏଁ ବଳବତ୍ତର ରହିବ। ପଡ଼ୋଶୀ ଛତିଶଗଡ଼ରେ ସଂକ୍ରମଣ ବଢୁଥିବାରୁ ସୀମାବର୍ତ୍ତୀ ୧୦ ଜିଲ୍ଲା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି ।

ସୁନ୍ଦରଗଡ଼ , ଝାରସୁଗୁଡ଼ା , ସମ୍ବଲପୁର, ବରଗଡ଼ , ବଲାଙ୍ଗିର , ନୂଆପଡ଼ା , କଳାହାଣ୍ଡି , ନବରଙ୍ଗପୁର , କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଆଜିଠୁ ନାଇଟ କର୍ଫ୍ୟୁ ଆରମ୍ଭ  ହୋଇ ଯାଇଛି। ଏ ସବୁ ଜିଲ୍ଲାରେ ରାତି ୧୦ଟାରୁ ସକାଳ ୫ଟା ଯାଏ କଟକଣା ରହିବ । ସେହିପରି ଝାରସୁଗୁଡା ଜିଲ୍ଲାର ୧୨ ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । ନାଇଟ୍ କର୍ଫ୍ୟୁ ସମୟରେ ସମସ୍ତ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ ଏବଂ କାର୍ଯ୍ୟାଳୟ ବନ୍ଦ ରହିବ।

ତେବେ ଏହି ସମୟରେ ଜରୁରୀକାଳୀନ ସେବା ସହ ହୋମ୍ ଡେଲିଭରି ଚାଲୁ ରହିବ । ଏହି ସମୟରେ ମେଡିକାଲ କିମ୍ବା ଅନ୍ୟ ଏମରଜେନସିରେ ଲୋକେ ଯାତାୟତ କରିପାରିବେ। ଡାକ୍ତର, ମେଡିକାଲ ଓ ପାରା ମେଡିକାଲ ଷ୍ଟାଫଙ୍କ କାର୍ଯ୍ୟ ଜାରି ରହିବ । ସ୍ବାସ୍ଥ୍ୟସେବା, ଆମ୍ବଲାନ୍ସ ସେବା ଜାରି ରହିବ । ବିଦ୍ୟୁତ୍ , ଅଗ୍ନିଶମ , ଟେଲିକମ୍ , ଜଳ ଯୋଗାଣ , ରେଲୱେ ଓ ଏୟାରପୋର୍ଟ କର୍ମଚାରୀଙ୍କ ପାଇଁ କଟକଣା ନାହିଁ । ନାଇଟ କର୍ଫ୍ୟୁ ସମୟରେ ପେଟ୍ରୋଲ ପମ୍ପ, ସିଏନଜି ଷ୍ଟେସନ ଏବଂ ଶିଳ୍ପ ପ୍ରତିଷ୍ଠାନ ଖୋଲା ରହିବ । ହୋମ ଡେଲିଭରି ଚାଲୁ ରହିବ।

   Related Posts