Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଆଜି ମହାପ୍ରଭୁଙ୍କ ନୀଳାଦ୍ରି ବିଜେ, ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି

4/07/2020 at 8:28 AM

ପୁରୀ ୪।୭: ଘୋଷଯାତ୍ରାର ଅନ୍ତିମ ପର୍ଯ୍ୟାୟରେ​ ଆଜି ଦାରୁବ୍ରହ୍ମଙ୍କୁ ନୀଳାଦ୍ରି ବିଜେ କରାଯିବ । ନବଦିନ ବ୍ୟାପୀ ଘୋଷଯାତ୍ରା ଶେଷକରି ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି । ଅପରାହ୍ନ ୪ଟାରେ ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ପହଣ୍ଡି ଆରମ୍ଭ ହେବ । ରଥଉପରେ ଠାକୁରଙ୍କୁ ସନ୍ଧ୍ୟା ଆଳତି ଏବଂ ସନ୍ଧ୍ୟା ଧୂପ ପରେ ଚାରମାଳ ବନ୍ଧାଯିବ । ପାଳିଆ ସେବକ ସିଂହାସନ ମାଜଣା କରିବେ । ଏହାପରେ ପ୍ରଭୁଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କରାଯାଇ ଆରମ୍ଭ ହେବ ନୀଳାଦ୍ରି ବିଜେ। ଅପରାହ୍ନ ୪ଟାରେ ଶ୍ରୀଜୀଉଙ୍କ ପହଣ୍ଡି ଆରମ୍ଭ ହୋଇ ରାତି ୧୦ଟାରେ ଶେଷ ହେବ।

ଏହାପରେ ରତ୍ନସିଂହାସନରେ ଦଇତାପତି ସର୍ବାଙ୍ଗ ଓ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହେବ । ଚାରମାଳ ଫିଟାଯିବା ପରେ ଶ୍ରୀସୁଦର୍ଶନ ସିଂହାସନକୁ ବିଜେ କରିବେ । ଚକାପୋଛା କରାଯିବା ସହ ସିଂହାସନ ଧୁଆଯିବ। ଶ୍ରୀମାଧବ, ଶ୍ରୀଦେବୀ ଏବଂ ଭୂଦେବୀ ସିଂହାସନକୁ ବିଜେ କରିବେ। ଦାରୁବ୍ରହ୍ମଙ୍କୁ ମହାସ୍ନାନ କରାଯାଇ ରୋଷହୋମ, ମଇଲମ, ଚନ୍ଦନଲାଗି, ସୂର୍ଯ୍ୟପୂଜା, ଦ୍ବାରପାଳପୂଜା, ବଡସିଂହାର ବେଶ, ବଡସିଂହାର ଭୋଗ ଏବଂ ରାତ୍ରପହୁଡ କରାଯିବ।

ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ସମୟରେ ଲକ୍ଷ୍ମୀନାରାୟଣ କଳି ହେବା ପରମ୍ପରା ରହିଛି । କାଳିଆ ଠାକୁର ଶ୍ରୀଜଗନ୍ନାଥ ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବେ । ରବିବାରଠାରୁ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରସାଦ ଉପଲବ୍ଧ ହେବ । ନୀଳାଦ୍ରି ବିଜେ ନୀତି ପାଇଁ ମାର୍କେଟ ଛକରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ଓ ଏହାର ଆଖପାଖ ସାହିରେ ୧୪୪ ଧାରା ଲାଗୁ ହୋଇଛି ।

   Related Posts