Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ବିଧାୟକ କରୋନା ପଜିଟିଭ : ଭୁବନେଶ୍ୱରୁ ନୀଳଗିରି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ, ଦୁଇ ଦିନ ତଳେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ସଭାରେ ଥିଲେ

6/07/2020 at 12:56 PM

ନୀଳଗିରି ୦୬।୦୭: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମିତ । ଗତ କିଛି ଦିନ ହେଲା ରାଜ୍ୟରେ ଲଗାତର ଭାବେ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଯାହା ଏବେ ସରକାର ଓ ସ୍ଥାନୀୟ ପ୍ରଶାସନ ପାଇଁ ଚିନ୍ତାର ବଢିବାରେ ଲାଗିଛି । ତେବେ ଏହାଭିତରେ ରାଜ୍ୟରେ ପ୍ରଥମ ଥର ପାଇଁ ଜଣେ ବିଧାୟକ କରୋନା ଭାଇରସରେ ସଂକ୍ରମିତ ହୋଇଛନ୍ତି । ନୀଳଗିରି ବିଧାୟକ ସୁକାନ୍ତ ନାୟକ କୋଭିଡ-୧୯ରେ ସଂକ୍ରମିତ ହୋଇଛି ।

ସୂଚନାଯୋଗ୍ୟ ଯେ, ନୀଳଗିରି ବିଧାୟକ ସୁକାନ୍ତ ନାୟକ କୋଭିଡ ସଂକ୍ରମିତ ଜଣାପଡିବା ପରେ ତାଙ୍କୁ କୋଭିଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାଜ୍ୟର ପ୍ରଥମ ବିଧାୟକ ଭାବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ନୀଳଗିରି ବିଧାୟକ । ପୂର୍ବରୁ ଥଣ୍ଡା ନଛାଡିବାରୁ ତାଙ୍କର ରକ୍ତ ନମୁନା ସଂଗ୍ରହ କରାଯାଇଥିଲା। ତାଙ୍କର ସ୍ୱାବ ସଂଗ୍ରହ କରାଯାଇ , ପରୀକ୍ଷା ପାଇଁ ପଠାଯାଇଥିଲା। ତେବେ ଆଜି ତାଙ୍କର ରିପୋର୍ଟ ପଜିଟିଭ ଆସିବା ପରେ ପୁରା ଅଞ୍ଚଳ ଆତଙ୍କ ଖେଳି ଯାଇଛି।

ସେ ଭୁବନେଶ୍ୱର ଠାରୁ ଆରମ୍ବ କରି ନୀଳଗିରି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମ କରିଛନ୍ତି। ଏପରିକି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଠାରୁ ଆରମ୍ବ କରି କେନ୍ଦ୍ରମନ୍ତ୍ରୀ ପ୍ରତାପ ସଢଙ୍ଗୀ ଙ୍କ ସହ ଦୁଇଦିନ ପୂର୍ବରୁ ଛତ୍ରପୁରରେ କାର୍ଯ୍ୟକ୍ରମ କରିଥିଲେ। ତେବେ ତାଙ୍କୁ କରୋନା ସଂକ୍ରମଣ ହେବାପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଶତାଧିକ ଲୋକଙ୍କ ଅଵସ୍ଥା କଣ ହେବ ଏନେଇ ପ୍ରଶ୍ନ ଉଠିଛି। ସୁକାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

   Related Posts