Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଭାରସାମ୍ୟ ହରାଇ ଓଲଟିଲା ଅଟୋ : ଶିଶୁ ଗୁରୁତର, ୮ ଆହତ

11/03/2021 at 4:36 PM

ସୁବର୍ଣ୍ଣପୁର ୧୧।୩: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଦୁର୍ଜନତୈଲାରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଦୁର୍ଘଟଣା ଫଳରେ ଜଣେ ଶିଶୁ ଗୁରୁତର ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ଗୁରୁତର ଶିଶୁଙ୍କୁ ପ୍ରଥମେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସୁଚନାଯୋଗ୍ୟ ଯେ, କୁଞ୍ଜାପାଲିରୁ ବିଶାଲପାଲିକୁ କୌଣସି କାମରେ ଯୋଗ ଦେବା ପାଇଁ ଯାତ୍ରୀମାନେ ଯାଉଥିଲେ । ଦୁର୍ଜନତୈଲାଠାରେ ଭାରସାମ୍ୟ ହରାଇ ଅଟୋଟି ଓଲଟି ପଡିଥିଲା । ଫଳରେ ଜଣେ ଶିଶୁ ଗୁରୁତର ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ଅଟୋ ଡ୍ରାଇଭର ଫେରାର ହୋଇଯାଇଥିବା ସୂଚନା ମିଳିଛି । ତେବେ ଅଧିକ ଯାତ୍ରୀ ଥିବାରୁ ଅଟୋଟି ଓଲଟି ପଡିଥିବା ସନ୍ଦେହ କରାଯାଉଛି ।

   Related Posts