Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଆଜି ସୁପ୍ରିମକୋର୍ଟରେ ସାବରିମାଳା ମନ୍ଦିର ଶୁଣାଣି

13/01/2020 at 11:44 AM

ନୂଆଦିଲ୍ଲୀ ୧୩/୧: ଆଜି ସୁପ୍ରିମକୋର୍ଟରେ ସାବରିମାଳା ମନ୍ଦିର ଶୁଣାଣି । କେରଳର ପ୍ରସିଦ୍ଧ ସାବରିମାଲା ମନ୍ଦିର ମଧ୍ୟକୁ ସବୁ ବୟସର ମହିଳାଙ୍କ ପ୍ରବେଶ ସଂପର୍କିତ ରାୟର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଜଷ୍ଟିସ ଏସଏ ବୋବଡେଙ୍କ ଅଧ୍ୟକ୍ଷତାରେ ଏକ ୯ ଜଣିଆ ଖଣ୍ଡପୀଠ ଏହି ଶୁଣାଣି କରିବେ ।

ଖଣ୍ଡପୀଠରେ ଜଷ୍ଟିସ ଆର. ଭାନୁମତି, ଜଷ୍ଟିସ ଅଶୋକ ଭୁଷଣ, ଜଷ୍ଟିସ ଏଲ.ନାଗେଶ୍ୱର ରାଓ, ଜଷ୍ଟିସ ମୋହନ ଏସ.ଶାନ୍ତାନାଗୌଦର, ଜଷ୍ଟିସ ଏସ.ଅବଦୁଲ ନାଜିର, ଜଷ୍ଟିସ ଆର. ସୁଭାଷ ରେଡ୍ଡୀ, ଜଷ୍ଟିସ ବି.ଆର.ଗାଭାଇ ଓ ଜଷ୍ଟିସ ସୂର୍ଯ୍ୟକାନ୍ତ ସଦସ୍ୟ ଅଛନ୍ତି ।

୨୦୧୮, ସେପ୍ଟେମ୍ବରରେ ସୁପ୍ରିମ୍ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ୍ ଦୀପକ ମିଶ୍ରଙ୍କ ଅଧ୍ୟକ୍ଷତାରେ ୫ ଜଣ ବିଚାରପତିଙ୍କୁ ନେଇ ଗଠିତ ଏକ ସାମ୍ବିଧାନିକ ଖଣ୍ଡପୀଠ ସାବରିମାଲା ମନ୍ଦର ମଧ୍ୟକୁ ସବୁ ବୟସର ମହିଳାଙ୍କୁ ପ୍ରବେଶାଧିକାର ପ୍ରଦାନ କରିଥିଲେ । ତେବେ ସାମ୍ବିଧାନିକ ଖଣ୍ଡପୀଠର ଏ ନିଷ୍ପତ୍ତିକୁ ବିରୋଧ କରାଯିବା ସହ ନିଷ୍ପତ୍ତିର ପୁନଃ ସମୀକ୍ଷା ପାଇଁ ଏକ ରିଭ୍ୟୁ ପିଟିସନ ଆଗତ ହୋଇଥିଲା।

   Related Posts