ପିସିସି ସଭାପତି ପଦରୁ ଇସ୍ତଫା ଦେଲେ ନିରଞ୍ଜନ ପଟ୍ଟନାୟକ

Published By : Prameya-News7 Bureau | May 24, 2019 IST

ଭୁବନେଶ୍ବର ୨୩|୫: ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଏଆଇସିସି ଅଧ୍ୟକ୍ଷଙ୍କ ନିକଟକୁ ପଠାଇଦେଇଛନ୍ତି । ତେବେ ପ୍ରତିକୂଳ ପରିସ୍ଥିତିରେ ଦଳକୁ ବିଜୟ ଆଣିଦେଇଥିବା କଂଗ୍ରେସର ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପିସିସି ସଭାପତି ।

ଚଳିତ ନିର୍ବାଚନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରେ ନିର୍ବାଚନ ଲଢିଥିଲେ । କେନ୍ଦୁଝର ଜିଲ୍ଲା ଘଷିପୁରା ଏବଂ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରିରୁ ବିଧାନସଭା ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ତେବେ ଦୁଇଟି ଯାକ ଆସନରେ ନିରଂଜନ ପରାଜିତ ହୋଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.