ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ

Published By : Prameya-News7 Bureau | August 14, 2018 IST

ଗଞ୍ଜାମ ୧୪/୮ : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ମୁଜାଗଡଠାରେ ଟାଟା ଏସିଇ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ କାଶି ନାୟକ । ସାକାଳେ କାଶି ଶୌଚ ସାରି ଘରକୁ ଫେରୁଥିବା ବେଳେ ଏକ ଟାଟା ଏସିଇ ଗାଡି ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା । କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକ ରାସ୍ତା ଅବରୋଧ କରିଥିଲେ । ମୁଜାଗଡଠାରେ ଭଞ୍ଜନଗର-ଫୁଲବାଣୀ ମୁଖ୍ୟ ରାସ୍ତା ଅବରୋଧ କରିଥିଲେ ସ୍ଥାନୀୟଲୋକ । ଘଟଣାସ୍ଥଳରେ ପୁଲିସ ଅଧିକାରୀ ପହଞ୍ଚି ବୁଝାସୁଝା କରିବା ସହ ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକ ହଟିଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.