ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ନିଷ୍ପତ୍ତି, ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ

NEWS7
no-corona-patient-in-wuhan-chin

ଭୁବନେଶ୍ୱର ୩୧/୦୧: ସରିଲା ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ୧୦ ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ। ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି । ଜାତୀୟ ଢାଞ୍ଚାରେ ହେବ ନୀତି । ଦୁବାଇ ସିଙ୍ଗାପୁର ପାଇଁ ମାର୍ଚ୍ଚ ଯାଏଁ ବିମାନ ସେବା ଜାରି ରହିବ ।

ମାର୍ଚ୍ଚ ଯାଏଁ ଦୁବାଇ ଏବଂ ସିଙ୍ଗାପୁରକୁ ଜାରି ରହିବ ବିମାନ ଉଡାଣ କ୍ୟାବିନେଟ ବୈଠକରେ ନିଷ୍ପତ୍ତି । ପରବର୍ତ୍ତୀ ସମୟରେ ଏହା ଚାଲୁ ରହିବ କି ନାହିଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ । କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ।ଏହାସହ ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେଶ ସାମଗ୍ରୀ । ଏନେଇ କ୍ୟାବିନେଟ ବୈଠକରେ ବାଜିଛି ମୋହର ।

 

ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫ ରରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରା ଠାରେ ୧୧ ସହ ଏକର ଜମିରେ ନିର୍ମାଣ ହେବ । ୧୭ ହଜାର ୨୫୦ କୋଟି ଟଙ୍କାର ନିବେଶ ହେବ । ୨୦ ହଜାର ନିଯୁକ୍ତି ସୃଷ୍ଟି ହେବ । ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେଶ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ ।