Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ମହାନଦୀ ଉପରମୁଣ୍ଡରେ କମିଛି ବର୍ଷା : ରାଜ୍ୟରେ ନାହିଁ ବଡ ବନ୍ୟାର ଭୟ

17/08/2019 at 1:19 PM

ଭୁବନେଶ୍ବର ୧୭|୮: ମହାନଦୀର ଉପର ମୁଣ୍ଡରେ ବର୍ଷା କମିଥିବାରୁ ଏବେ ରାଜ୍ୟରେ ବଡ଼ ବନ୍ୟା ଭୟ ନାହିଁ । ପ୍ରାୟ ସମସ୍ତ ନଦୀରେ ଜଳସ୍ତର ବିପଦ ସଂକେତଠାରୁ ବହୁ ତଳେ ରହିଛି। ପରିସ୍ଥିତି ବର୍ତ୍ତମାନ ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ।

ପଶ୍ଚିମ ଓଡ଼ିଶାରେ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀ ସମେତ ରାଜ୍ୟର ସମସ୍ତ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। କିନ୍ତୁ ଏବେ ନଦୀର ଜଳସ୍ତର କମିଛି। ମହାନଦୀ, ଦେବୀ, କୁଶଭଦ୍ରା, ଇବ୍, ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବଂଶଧାରା, ଋଷିକୂଲ୍ୟା, ଜଳକା ନଦୀରେ ବନ୍ୟାଜଳ ବିପଦ ସଂକେତଠାରୁ ବହୁ ତଳେ ରହିଛି।

ସେପଟେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ରାଜ୍ୟରେ ସେଭଳି ବଡ଼ଧରଣର ବର୍ଷା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ମଧ୍ୟରେ ସୃଷ୍ଟି ହୋଇଥିବା ଟ୍ରଫ୍ ଲାଇନ୍ ଦୁର୍ବଳ ହୋଇ ଯାଇଥିବାରୁ ଏହାର ପ୍ରଭାବରେ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଯେଉଁ ବଡ଼ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଥିଲା ତାହା ଏବେ ଟଳିଯାଇଛି। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କିଛି କିଛି ସ୍ଥାନରେ ବର୍ଷା ହେଲେ ବି ତାହା ଏତେଟା ବିପଦଜନକ ହେବନି ବୋଲି କୁହାଯାଇଛି।

   Related Posts