Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଚଳିତ ବର୍ଷ ଅହମଦାବାଦରେ ହେବନି ରଥଯାତ୍ରା, ନିର୍ଦ୍ଦେଶ ଦେଲେ ଗୁଜୁରାଟ ହାଇକୋର୍ଟ

20/06/2020 at 9:59 PM

ଗାନ୍ଧୀନଗର. ୨୦|୦୬:   ଚଳିତ ବର୍ଷ ଗୁଜୁରାଟରେ ମଧ୍ୟ ରଥଯାତ୍ରା ଅନୁଷ୍ଠିତ ହେବ ନାହିଁ । କରୋନା ସଂକ୍ରମଣ ରୋକିବା ପାଇଁ ଗୁଜୁରାଟ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।

ଶନିବାର ଗୁଜୁରାଟ ହାଇକୋର୍ଟ  ଚଳିତ ବର୍ଷ ଅହମଦାବାଦରେ ରଥଯାତ୍ରା ହେବ ନାହିଁ ବୋଲି କହିଛନ୍ତି । କରୋନା ସଂକ୍ରମଣକୁ ରୋକିବା ପାଇଁ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।  ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ବିକ୍ରମ ନାଥ ଓ ଜଷ୍ଟିସ ଜେବି ପରଦିଓ୍ୱାଲାଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଆଧାର କରି ରଥଯାତ୍ରା ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଗୁଜୁରାଟ ହାଇକୋର୍ଟ କହିଛନ୍ତି ଯେ, ରଥଯାତ୍ରାରେ ୭ରୁ ୮ ଲକ୍ଷ ଲୋକଙ୍କ ସମାଗମ ହେବ । ପ୍ରାୟ ୧୮ କିମି ଧରି ଏହି ଗହଳି ଲାଗି ରହିବ ।

ପୂର୍ବରୁ ସୁପ୍ରିମକୋର୍ଟ ପୁରୀରେ ରଥଯାତ୍ରା ନକରିବା ପାଇଁ କହିଥିଲେ । କରୋନା ସଂକ୍ରମଣ ରୋକିବା ପାଇଁ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ନେଇଥିଲେ । ଏପରିକି ରାଜ୍ୟର କେଉଁଠି ମଧ୍ୟ ରଥଯାତ୍ରା ହେବ ନାହିଁ ବୋଲି ନିର୍ଦ୍ଦେଶ ହୋଇଥିଲା ।

   Related Posts