Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ରାସ୍ତା ନଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ : ମହିଳାଙ୍କୁ ୬ କିମି ବୋହିଲେ ୨ ପୁଅ

30/11/2021 at 12:13 PM

ସାନଖେମୁଣ୍ଡି,୩୦/୧୧: ଗାଁକୁ ରାସ୍ତା ନାହିଁ ।  ଆସି ପାରିଲାନି ଆମ୍ବୁଲାନ୍ସ । ଭାରରେ ବୁହା ହେଲେ ମହିଳା । ଏପରି ଘଟଣା ସାମ୍ନାକୁ ଆସିଛି  ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକରେ ଥିବା କୁରୁଗଡ଼ ଗ୍ରାମରେ ।

ବର୍ଷ ବର୍ଷ ହେଲା ନିର୍ମାଣ ହୋଇନି ପକ୍କା ରାସ୍ତା । ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ହେଉଛନ୍ତି ଲୋକେ । ରାସ୍ତା ନଥିବାରୁ ନାହିଁ ନଥିବା ଅସୁବିଧାର ସାମ୍ନା କରୁଛନ୍ତି ଗ୍ରାମବାସୀ । ତେବେ ଗ୍ରାମରୁ ଏକ ସମ୍ବେଦନଶୀଳ ଚିତ୍ର ସାମ୍ନାକୁ ଆସିଛି । ସୋମବାର ବିଳମ୍ବିତ ରାତିରେ ରାସ ନାମକ ଜଣେ ମହିଳା ରୋଗୀ ଦୀର୍ଘ ୬ କିଲୋମିଟର ଭାରରେ ବୁହା ହୋଇଥିଲେ । ଶେଷରେ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡ଼ିକାଲ ପର୍ଯ୍ୟନ୍ତ ଅଣାଯାଇଥିଲା ।

ମହିଳା ଜଣଙ୍କ ଅସୁସ୍ଥ ହୋଇ ପଡିବାରୁ ତାଙ୍କର ଦୁଇ ପୁଅ ସଂଜୟ ଓ ନୀରଙ୍କ ସହ ଅନ୍ୟ କିଛି ଯୁବକ ତାଙ୍କୁ ବୋହିଥିଲେ । ପରେ ଟାଟା ମ୍ୟାଜିକ୍ ଯୋଗେ ୧ କିମି ଦୂର ଆଙ୍କୁଲି ଗ୍ରାମ ପର୍ଯ୍ୟନ୍ତ ଅଣାଯାଇଥିଲା । ସେଠାରେ ଦୁଇଘଣ୍ଟା ଆଗରୁ ଜଗି ରହିଥିବା ଆମ୍ବୁଲାନ୍ସ ଯୋଗେ ରାସଙ୍କୁ ପାତ୍ରପୁର ଡାକ୍ତରଖାନାକୁ ଅଣାଯାଇଥିଲା । ଏବେ ସେ ବଡ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

   Related Posts