Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ : କାଦୁଅ ରାସ୍ତାରେ ପ୍ରସବ କଲେ ମହିଳା

30/07/2021 at 8:18 AM

କରଞ୍ଜିଆ, ୩୦|୦୭:   ପୁଣି ଜନନୀ ଯନ୍ତ୍ରଣା ।କାଦୁଅ ରାସ୍ତାରେ ଅଟକି ଯାଇ ଗାଁକୁ ପହଞ୍ଚିପାରିଲା ନାହିଁ ଆମ୍ବୁଲାନ୍ସ ।୨ କିମି ଖଟିଆରେ ବୁହାହୋଇ ଆମ୍ବୁଲାନ୍ସ ନିକଟକୁ ନେବାବେଳେ ରାସ୍ତାରେ ପ୍ରସବ କଲେ ଗର୍ଭବତୀ ।

ଏ ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ଯଶୀପୁର ବ୍ଲକ କାଶିପାଳ ଗାଁରେ । ସ୍ୱାଧୀନତାର ୭୪ ବର୍ଷ ବିତିଯାଇଥିଲେ ମଧ୍ୟ ଗାଁକୁ ପକ୍କା ସଡକ ନଥିବାରୁ ଅଧାବାଟରେ କାଦୁଅ ମଝିରେ ଅଟକି ଯାଇଥିଲା ଆମ୍ବୁଲାନ୍ସ । ତେଣୁ ଉପାୟ ନପାଇ ଗାଁଲୋକେ ପ୍ରସବ ବେଦନାରେ ଛଟପଟ ହେଉଥିବା ଗର୍ଭବତୀଙ୍କୁ ଝିପିଝିପି ବର୍ଷାରେ ୨ କିମି ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଆଣିଥିଲେ ।

ତେବେ ଆମ୍ବୁଲାନ୍ସ ନିକଟକୁ ପହଞ୍ଚିବା ପୂର୍ବରୁ ସେ ଗୋଟିଏ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ । ତେବେ ତାଙ୍କୁ ସେ ଆମ୍ବୁଲାନ୍ସରେ ଆଣି ଯଶୀପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts