Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ବିଧାନସଭା ବେଳେ ବିକ୍ଷୋଭ ମନା

27/09/2020 at 3:55 PM

ଭୁବନେଶ୍ବର୨୭।୯: କରୋନା ମହାମାରୀକୁ ଦୃଷ୍ଟିରେ ରଖି ବିଧାନସଭା ଚାଲିଥିବା ବେଳେ ଗାନ୍ଧିମାର୍ଗରେ ବିକ୍ଷୋଭ କରିବା ମନା।  କୋଭିଡ୍ ପାଇଁ ଲାଗୁ ହୋଇଥିବା ନିୟମ ଯୋଗୁଁ ଏହି ଅନୁମତି ଦିଆଯାଇ ନାହିଁ। ଏନେଇ ପୋଲିସ କମିଶନର ଫୋନ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, କୌଣସି ସଂଗଠନକୁ ଏନେଇ ଅନୁମତି ଦିଆଯାଇ ନାହିଁ। ବିଧାନସଭା ବେଳେ କୌଣସି ବିକ୍ଷୋଭ ଓ ରାଲି ନକରିବାକୁ ଅନୁରୋଧ।

ଆସନ୍ତା ୨୯ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ତା’ପୂର୍ବରୁ ୨୮ ତାରିଖ ଦିନ ବିଜେଡି ବିଧାୟକ ଦଳ ବୈଠକ ବସିବ। ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବାକୁ ଥିବା ବିଧାନସଭା ମୌସୁମୀ ଅଧିବେଶନ ଅକ୍ଟୋବର ୭ ଯାଏଁ ଚାଲିବ। ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ବିଧାନସଭା ପରିସରରେ ଚାଲିଛି କରୋନା ଟେଷ୍ଟ । ମନ୍ତ୍ରୀ, ବିଧାୟକ, ବିଧାନସଭା କର୍ମଚାରୀ ଓ ସୁରକ୍ଷା କର୍ମଚାରୀଙ୍କ କରୋନା ଟେଷ୍ଟ ତିନି ଦିନ ଧରି ହେବ। ଏଥିପାଇଁ ୭ଟି ଟିମ୍ ଗଠନ  କରାଯାଇଛି । କୋଭିଡ ଟେଷ୍ଟ ପାଇଁ ବିଏମସି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କରୋନା ଟେଷ୍ଟ ପାଇଁ ଗଠିତ ୭ଟି ସ୍ବତନ୍ତ୍ର ଟିମ୍‌ ମନ୍ତ୍ରୀ, ବିଧାୟକ, ବିଧାନସଭା କର୍ମଚାରୀ, ସୁରକ୍ଷା କର୍ମଚାରୀ ଓ ସାମ୍ବାଦିକମାନଙ୍କ କରୋନା ଟେଷ୍ଟ କରିବେ । 

   Related Posts