Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଭାରତରୁ ପାକିସ୍ତାନ ଯାଇପାରିବେନି କୌଣସି ଯାତ୍ରୀ, ୨ ସପ୍ତାହ ଯାଏଁ ରୋକ୍ ଲଗାଇଲେ ପାକ୍ ସରକାର

20/04/2021 at 2:51 PM

ଲାହୋର,୨୦/୦୪: ଭାରତରେ କରୋନା ମାମଲା ହୁହୁ ହୋଇ ବଢିବାରେ ଲାଗିଛି । ଦୈନିକ ୨ ଲକ୍ଷରୁ ଅଧିକ ମାମଲା ସାମ୍ନାକୁ ଆସୁଛି । ଏହାକୁ ନଜରେର ରଖି ଅନେକ ଦେଶ ଭାରତ ସହ ବିମାନ ଚଳାଚଳ ବନ୍ଦ ରଖିଛନ୍ତି । ପାକିସ୍ତାନ ମଧ୍ୟ ଭାରତରୁ ଆସୁଥିବା ଯାତ୍ରୀଙ୍କ ଉପରେ ୨ ସପ୍ତାହ ଯାଏଁ କଟକଣା ଜାରି କରିଛି ।

ପାକିସ୍ତାନ ନ୍ୟାଶନାଲ୍ କମାଣ୍ଡ ଓ ଅପରେସନ ସେଣ୍ଟର ମୁଖ୍ୟ ଅସଦ ଉମରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ଏଥିରେ ଭାରତରୁ ପାକିସ୍ତାନ ଆସୁଥିବା ଯାତ୍ରୀଙ୍କ ଉପରେ ରୋକ୍ ଲାଗିଛି । ନିକଟରେ ୮୦୦ ଯାତ୍ରୀ ଭାରତରୁ ଲାହୋର ଯାଇଛନ୍ତି ।

ପାକିସ୍ତାନ ସରକାର ଭାରତୀୟ ଯାତ୍ରୀଙ୍କୁ ଗ୍ରୁପ ସିରେ ସାମିଲ କରିଛନ୍ତି । ଏଥିରେ ଜର୍ମାନୀ ଦେଇ ପାକ୍ ଆସୁଥିବା ଭାରତୀୟଙ୍କ ଉପରେ କଟକଣା ଲାଗିଛି । ତେବେ ଅନ୍ୟ କେଉଁ ଦେଶ ଉପରେ ପ୍ରତିବନ୍ଧକ ଲାଗିବ ସେନେଇ ସ୍ପଷ୍ଟ ହୋଇନାହିଁ ।

ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଛି । ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୯ ହଜାର ୧୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୭୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୭୬୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ହଜାର ୦୮୯ରେ ପହଞ୍ଚିଛି।

ଏତତ୍ ବ୍ୟତୀତ  ମୃତ୍ୟୁସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୩୧ ଲକ୍ଷ ୮ ହଜାର ୫୮୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୦୩୧୯୭୭।

   Related Posts