Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

୮ଦିନ ପରେ ଓଡ଼ିଶାରେ ଆରମ୍ଭ ହେବ ମତଦାନ ପ୍ରକ୍ରିୟା : ଓଡ଼ିଶାରେ ହେବ ୪ଟି ପର୍ଯ୍ୟାଟରେ ମତଦାନ

10/03/2019 at 7:15 PM

ଭୁବନେଶ୍ୱର ୧୦/୩ : ଓଡ଼ିଶାରେ ଏଥର ୪ଟି ପର୍ଯ୍ୟାୟରେ ଭୋଟିଂ ହେବ। ପ୍ରଥମ ପର୍ଯ୍ୟାୟରୁ ଆରମ୍ଭ କରି ୪ଟି ପର୍ଯ୍ୟାୟ ପର୍ଯ୍ୟନ୍ତ ଭୋଟିଂ ହେବ। ତେଣୁ ଏଥର ମାର୍ଚ୍ଚ୍ ୧୮ରୁ ଓଡ଼ିଶା ଭୋଟିଂ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ….

ଓଡ଼ିଶାରେ ହେବ ୪ଟି ପର୍ଯ୍ୟାଟରେ ମତଦାନ। ଆଉ ମାତ୍ର ୮ଦିନ । ଓଡ଼ିଶାରେ ଆରମ୍ଭ ହେବ ମତଦାନ ପାଇଁ ପ୍ରକ୍ରିୟା ପ୍ରକାଶ ପାଇବ ବିଜ୍ଞପ୍ତି । ପ୍ରଥମ ପର୍ଯ୍ୟାୟରେ ହିଁ ଆରମ୍ଭ ହେବ ଓଡ଼ିଶାର ଭୋଟିଂ। ମାନେ ମାର୍ଚ୍ଚ ୧୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ୪ଟି ଲୋକସଭା ଆସନ ଏବଂ ଏହା ଅଧୀନରେ ଆସୁଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ହେବ। ଏହାପରେ ଦ୍ବିତୀୟ ପର୍ଯ୍ୟାୟରେ ଏପ୍ରିଲ ୧୮ ତାରିଖରେ ୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟିଂ ହେବ। ସେହିପରି ତୃତୀୟ ପର୍ଯ୍ୟାୟରେ ୬ଟି  ଲୋକସଭା ନିର୍ବାଚନ ମଣ୍ଡଳୀରେ ଏପ୍ରିଲ ୨୩ ତାରିଖରେ ଏବଂ ଚତୁର୍ଥ ପର୍ଯ୍ୟାୟରେ ୬ଟି ଲୋକସଭା ଏବଂ ଏହା ଅଧୀନରେ ଆସୁଥିବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ। ଚତୁର୍ଥ ପର୍ଯ୍ୟାୟରେ ଏପ୍ରିମ ୨୯ ତାରିଖରେ ଭୋଟ ଗ୍ରହଣ କରାଯିବ।

ଆଉ ମାତ୍ର ୮ଦିନରେ ଓଢ଼ିଶାରେ ଆରମ୍ଭ ହେବ ନିର୍ବାଚନ ପ୍ରକ୍ରିୟା। ଗତ ତିନିଟି ନିର୍ବାଚନରେ ଓଡ଼ିଶାରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ହେଉଥିବା ବେଳେ ଏଥର ନିର୍ବାଚନ କମିଶନଙ୍କ ଘୋଷଣା ୪ଟି ପର୍ଯ୍ୟାୟରେ ହେବ ମତଦାନ।  ପ୍ରଥମ ପର୍ଯ୍ୟାରେ ୨୮, ଦ୍ବିତୀୟ ପର୍ଯ୍ୟାୟରେ ୩୫, ତୃତୀୟ ପର୍ଯ୍ୟାରେ ୪୨ ଓ ଚତୁର୍ଥ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହେବ।

ଆଜିଠାରୁ ନିର୍ବାଚନ ଆଚରଣବିଧି ଲାଗୁ ହୋଇଛି । ଉତ୍ତରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗରେ ୭ଟି ପର୍ଯ୍ୟାୟରେ ଭୋଟିଂ ହେବ।

   Related Posts