ତୃତୀୟ ଦିନରେ ମହିଳା ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

Published By : Prameya-News7 Bureau | January 19, 2022 IST

ଭଦ୍ରକ ୧୯/୦୧: ତୃତୀୟ ଦିନରେ ତିନ ବିଜେଡି ମହିଳା ଜିଲ୍ଲା ପରିଷଦ ପ୍ରାର୍ଥୀ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଭଦ୍ରକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦାଖଲ କରିଛନ୍ତି ନାମାଙ୍କନ ।

ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନରେ ଧାମନଗର ନିର୍ବାଚନ ମଣ୍ଡଳୀର ୧୦ ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଭାବେ ବିଜେଡି ତରଫରୁ ରାଧବଲ୍ଲଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଟୁନିବାଳା ବିଶ୍ୱାଳ, ୭ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥୀ ଭାବେ ତିହିଡି ବ୍ଲକର ପୂର୍ବତନ ବ୍ଲକ ଅଧକ୍ଷ ବିଦ୍ୟୁତଲତା ନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିଭଳି ଜିଲ୍ଲାର ବିଭିନ୍ନ ବ୍ଲକ ଓ ପଞ୍ଚାୟତ କାର୍ଯ୍ୟାଳୟ ରେ ସମିତି ସଭ୍ୟ , ସରପଞ୍ଚ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.