ଏପ୍ରିଲ ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ

Published By : Prameya-News7 Bureau | March 19, 2019 IST

ଆସନ୍ତା ଏପ୍ରିଲ ୧୮ରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ। ଏହି ପର୍ଯ୍ୟାୟରେ ଓଡ଼ିଶାରେ ୫ଟି ଲୋକସଭା ସହିତ ୩୫ଟି ବିଧାନସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ମାର୍ଚ୍ଚ ୨୭ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବା ସହ ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ମାର୍ଚ୍ଚ ୨୯ ତାରିଖ ଧାର୍ଯ୍ୟ ହୋଇଛି।

ଓଡ଼ିଶାରେ ୫ଟି ଲୋକସଭା ଆସନ, ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ସହ ଏସବୁ ସଂସଦୀୟ କ୍ଷେତ୍ର ଅଧୀନରେ ଥିବା ବିଧାନସଭା ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାପରେ ସମ୍ପୃକ୍ତ ଜିଲ୍ଲାର ନିର୍ବାଚନ ଅଧିକାରୀ କିମ୍ବା ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ। ଏପଟେ ପ୍ରଥମ ପର୍ଯ୍ୟାୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୪ଟି ବିଧାନସଭା ଆସନ ପାଇଁ ଜଣେ ଲେଖାଏଁ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ଜଣେ ହେଲେ ବି ପ୍ରାର୍ଥିପତ୍ର ଦାଖଲ କରିନାହାନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.