Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ଜୟଦେବ ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ନାକଚ

5/04/2019 at 4:31 PM

ଭୁବନେଶ୍ବର ୫|୪: ଭୁବନେଶ୍ବର ଲୋକସଭା ଆସନ ଅନ୍ତର୍ଗତ ଜୟଦେବ ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ସୁକାନ୍ତ ତିଆଡି ଭୋଇଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଛି । ସୁକାନ୍ତ ତାଙ୍କ ପ୍ରାର୍ଥୀ ପତ୍ରରେ ପ୍ରସ୍ତାବକ ଦସ୍ତଖତ ବଦଳରେ ନିଜ ନାମ ଦସ୍ତଖତ କରିଥିଲେ । ଫଳରେ ତାଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଛି ।

ଜୟଦେବ ବିଧାନସଭା ଆସନ ପାଇଁ ବିଜେଡି ଅରବିନ୍ଦ ଢାଲିଙ୍କୁ ପ୍ରାର୍ଥୀ କରିଥିବାବେଳେ ବିଜେପି ନରେନ୍ଦ୍ର ନାୟକଙ୍କୁ ପ୍ରାର୍ଥୀ କରିଛି । କଂଗ୍ରେସ ପ୍ରାର୍ଥୀ ସୁକାନ୍ତ ତିଆଡି ଭୋଇଙ୍କ ପ୍ରାର୍ଥୀପତ୍ର ନାକଚ ହେବା ଫଳରେ ଜୟଦେବ ବିଧାନସଭା ଆସନରେ ବିଜେଡ଼ିର ଅରବିନ୍ଦ ଢାଲି ଏବଂ ବିଜେପିର ନରେନ୍ଦ୍ର ନାୟକଙ୍କ ମଧ୍ୟରେ ଫାଇଟ୍ ହେବ । ସୂଚନାଯୋଗ୍ୟ ଯେ, ଏହି ଆସନ ପାଇଁ ତୃତୀୟ ପର୍ଯ୍ୟାୟ ଏପ୍ରିଲ ୨୩ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ ।

   Related Posts