Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ତୃତୀୟ ପର୍ଯ୍ୟାୟ ନାମାଙ୍କନ ସରିଲା: ୪୨ଟି ବିଧାନସଭା ଆସନ ପାଇଁ ୩୯୯ ଜଣ ଏବଂ ୬ ଲୋକସଭା ଆସନ ପାଇଁ ୬୯ ଜଣ ପ୍ରାର୍ଥୀ କଲେ ପ୍ରାର୍ଥୀପତ୍ର ଦାଖଲ

4/04/2019 at 8:26 PM

ଭୁବନେଶ୍ୱର୪|୪:  ଅପ୍ରେଲ, ୨୦୧୯ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ନିମନ୍ତେ ନାମାଙ୍କନ ପତ୍ର ଦାଖଲ ଆଜି ଶେଷ ହୋଇଛି । ଆଜି ଶେଷ ଦିନରେ ବିଧାନସଭା ଆସନ ପାଇଁ ୧୮୬ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୩୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତୃତୀୟ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୯୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୬୯ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

 ସେହିପରି ଚତୁର୍ଥ ପର୍ଯ୍ୟୟ ନିର୍ବାଚନ ନିମନ୍ତେ ଆଜି ବିଧାନସଭା ଆସନ ପାଇଁ ୧୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୩୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୪ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

 ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭୭୮୫ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୩୯୨୨୩ ଜଣଙ୍କୁ ଅଟକ ରଖାଯାଇଛି । ୪୬୯୮ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୧୯୬ଟି ଅସ୍ତ୍ରଶସ୍ତ୍ର ଏବଂ ୧୨୨୯.୦୩୨ କିଲୋଗ୍ରାମ ବିସ୍ପୋରକ ଦ୍ରବ୍ୟ ଜବତ କରାଯାଇଛି ।

ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୧୦୦୩୭୬.୪୭୦  ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୩ କୋଟି ୧୩ ଲକ୍ଷ ୮୯ ହଜାର ୭୭୧ ଟଙ୍କା ହେବ । ଆଜି ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ୍‌ ଏବଂ ପୋଲିସ୍‌ ଦ୍ୱାରା ୧ କୋଟି ୬୮ ଲକ୍ଷ ୩୭ ହଜାର ୭୦୦ ଟଙ୍କା ଜବତ କରାଯାଇଛି । ଏତଦ୍‌ବ୍ୟତୀତ ଆୟକର ବିଭାଗ ଦ୍ୱାରା ୩୭ ଲକ୍ଷ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି ।

ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୨୪ ଲକ୍ଷ ୩୪ ହଜାର ୩୫୫ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି । ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୨ ଲକ୍ଷ ୧୮ ହଜାର ୮୬୪ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା ୫୭୫ ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି ।

ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ସି-ଭିଜିଲ୍‌ ଆପ୍‌ ମାଧ୍ୟମରେ ୬୮୩ ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥି ମଧ୍ୟରୁ ୫୮୭ ଟି ଅଭିଯୋଗର ସମାଧାନ କରାଯାଇଛି ।

   Related Posts