୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା
5/03/2019 at 9:45 AM

ଭୁବନେଶ୍ୱର ୫/୩ : ବାଂଲାଦେଶ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଂଚଳରେ ଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡିଶାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି | ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଜପତି ଜିଲ୍ଲାର କେତେକ ଜାଗାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି | ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି | ସତର୍କ ରହିବ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଲୋକଙ୍କୁ ପରାମର୍ଶ ଦେଇଛି |

ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ କାଳବୈଶାଖୀ ହେବା ନେଇ ଆକଳନ କରାଯାଇଛି | ଉତ୍ତର ଏବଂ ଉପକୂଳ ଓଡିଶାରେ କାଳବୈଶାଖୀ ବର୍ଷା ସହ ଘଣ୍ଟା ପ୍ରତି ୨୫ ରୁ ୪୫ କି:ମି: ବେଗରେ ପବନ ବୋହିବାର ପୂର୍ବାନୁମାନ କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ | ମତ୍ସଜିବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି | ୮ ତାରିଖରୁ ରାଜ୍ୟର ପାଣିପାଗରେ ପରିବର୍ତ୍ତନ ଦେଖାଦେବ |