Thursday, May 23, 2019

News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ନିର୍ବାଚନ ଆଚରଣ ଉଲ୍ଲଂଘନ ଅଭିଯୋଗରେ ଦେବାଶିଷ ସାମନ୍ତରାୟଙ୍କୁ ନୋଟିସ୍

କଟକ ୨୩|୪: କଟକ-ବାରବାଟୀ ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କୁ ନିର୍ବାଚନ ଅଧିକାରୀଙ୍କ ନୋଟିସ ଜାରି କରିଛନ୍ତି । ତୃତୀୟ ପର୍ଯ୍ୟାୟ ପାଇଁ ଭୋଟିଂ ଚାଲିଥିବା ବେଳେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ନେଇ ଦେବାଶିଷଙ୍କୁ ନୋଟିସ୍ ଜାରି କରାଯାଇଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗତ ୨୧ ତାରିଖ ସନ୍ଧ୍ୟାରୁ ନିର୍ବାଚନ ପ୍ରଚାର ବନ୍ଦ କରାଯାଇଥିଲା । କିନ୍ତୁ ଦେବାଶିଷ ଗତକାଲି ସୋସିଆଲ ମିଡିଆରେ ଏକ ମେସେଜ ଜାରି କରି ଭୋଟରଙ୍କୁ ପ୍ରଭାବିତ କରିବାକୁ ଚେଷ୍ଟା କରିଥିବା ଅଭିଯୋଗ ସାମ୍ନାକୁ ଆସିଥିଲା । ଯାହାର ଯାଞ୍ଚ କରି ନିର୍ବାଚନ କମିଶନ ଦେବାଶିଷଙ୍କୁ ନୋଟିସ୍ ଜାରି କରିଛନ୍ତି । ଏପରିକି ୪୮ ଘଣ୍ଟା ମଧ୍ୟରେ ଏହାର ଜବାବ ଦେବାକୁ ଦେବାଶିଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ ଅଧିକାରୀ ।

336 Views

   ସମ୍ବନ୍ଧିତ ଖବର