ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Published By : Prameya-News7 Bureau | April 02, 2019 IST

ଭୁବନେଶ୍ବର ୨|୪ : ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହି ପର୍ଯ୍ୟାୟରେ ୬ଲୋକସଭା ଓ ୪୨ ବିଧାନସଭା ପାଇଁ ଭାରତ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଏପ୍ରିଲ ୨ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଏହିସବୁ ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ମୟୁରଭଞ୍ଜ ଲୋକସଭା ଆସନ ସମେତ ବାଲେଶ୍ବର, ଭଦ୍ରକ , ଯାଜପୁର , କେନ୍ଦ୍ରାପଡ଼ା ଓ ଜଗତସିଂହପୁର  ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ମୟୁରଭଞ୍ଜ ଲୋକସଭା ଆସନ ଅନ୍ତର୍ଗତ ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା  ଓ ମୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.