ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ୧୩ରେ ନାମାଙ୍କନ ଦାଖଲର ଶେଷ ଦିନ

Published By : Prameya-News7 Bureau | March 06, 2020 IST

ନୂଆଦିଲ୍ଲୀ ୬।୩: ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ । ୧୭ ରାଜ୍ୟର ୫୫ ରାଜ୍ୟସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୩ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିବ । ମାର୍ଚ୍ଚ ୨୬ ତାରିଖରେ ଭୋଟ୍ ଗ୍ରହଣ କରାଯିବ ଏବଂ ଫଳାଫଳ ଘୋଷଣା କରାଯିବ । 

ଓଡ଼ିଶାରୁ ଖାଲି ହେଉଥିବା ୪ଟି ରାଜ୍ୟସଭା ଆସନ ସମେତ ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ୧୭ ରାଜ୍ୟ ମଧ୍ୟରେ ଓଡ଼ିଶା ସମେତ ମହାରାଷ୍ଟ୍ର, ତାମିଲନାଡୁ, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଆସାମ, ବିହାର, ଛତିଶଗଡ଼, ଗୁଜରାଟ, ହରିୟାଣା, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ମଣିପୁର, ରାଜସ୍ଥାନ ଏବଂ ମେଘାଳୟରେ ରାଜ୍ୟସଭା ନିର୍ବାଚନ ହେବ ।

ଏପ୍ରିଲ ୨ ତାରିଖରେ ଓଡିଶାର ୪ ରାଜ୍ୟସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେବ। ଲୋକସଭା ସାଂସଦ ହେବା ପରେ ଅନୁଭବ ମହାନ୍ତିଙ୍କ ରାଜ୍ୟସଭା ଆସନ ଖାଲିପଡ଼ିଛି । ଅନ୍ୟପଟେ ବିଜେଡି ନେତା ନରେନ୍ଦ୍ର କୁମାର ସ୍ବାଇଁ, ସରୋଜିନୀ ହେମ୍ବ୍ରମ୍ ଏବଂ କଂଗ୍ରେସ ନେତା ରଞ୍ଜୀବ ବିଶ୍ବାଳଙ୍କ କାର୍ଯ୍ୟକାଳ ସରୁଛି । ଏଥର ରାଜ୍ୟସଭା ନିର୍ବାଚନରେ ବିଜେଡିରୁ ୩ଜଣ ପ୍ରାର୍ଥୀ ନିର୍ବାଚିତ ହେବାରେ କିଛି ଅସୁବିଧା ନାହିଁ । କିନ୍ତୁ ଅନ୍ୟ ଜଣେ କିଏ ରାଜ୍ୟସଭାକୁ ଯିବେ ତା’କୁ ନେଇ ଚର୍ଚ୍ଚା ଲାଗି ରହିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.