Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

18/03/2019 at 10:30 AM

ଭୁବନେଶ୍ବର ୧୮|୩ : ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୪ଟି ଲୋକ ସଭା ସମେତ ୨୮ଟି ବିଧାନସଭା ଆସନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ୪ ଲୋକସଭା ଆସନ ହେଉଛି ବ୍ରହ୍ମପୁର, ନବରଙ୍ଗପୁର, କୋରାପୁଟ ଏବଂ କଳାହାଣ୍ଡି ।

ସେହିଭଳି ଏହି ୪ଟି ଲୋକସଭା ଆସନ ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ହେଉଛି ବ୍ରହ୍ମପୁର ଲୋକସଭା ଆସନର ବ୍ରହ୍ମପୁର, ଛତ୍ରପୁର, ଗୋପାଳପୁର, ଦିଗପହଣ୍ଡି, ମୋହନା, ଚିକିଟି ଏବଂ ପାରଳାଖେମୁଣ୍ଡି । ନବରଙ୍ଗପୁର ଲୋକସଭା ଆସନର ନବରଙ୍ଗପୁର, ଉମରକୋଟ, ଝରିଗାଁ, ଡାବୁଗାଁ, କୋଟପାଡ, ମାଲକାନଗିରି ଓ ଚିତ୍ରକୋଣ୍ଡା । କଳାହାଣ୍ଡି ଲୋକସଭା ଆସନର ନୂଆପଡା, ଖରିଆର, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀପାଟଣା ଓ ନର୍ଲା । ସେହିଭଳି କୋରାପୁଟ ଲୋକସଭା ଆସନର କୋରାପୁଟ, ଗୁଣୁପୁର, ବିଷମକଟକ, ରାୟଗଡା, ଲକ୍ଷ୍ମୀପୁର, ଜୟପୁର ଓ ପଟାଙ୍ଗି ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୭ଟି ଆସନ ସଂରକ୍ଷିତ ରହିଛି । ସେଥିମଧ୍ୟରୁ ଅନୁସୂଚିତ ଜାତି ପାଇଁ ୩ ଓ ଅନୁସୂଚିତ ଜନଜାତି ପାଇଁ ୧୪ଟି ଆସନ ସଂରକ୍ଷିତ ରହିଛି । ମାଓ ଉପଦ୍ରବ ଅଞ୍ଚଳ ପାଇଁ ନିର୍ବାଚନ ସମୟ ଧାର୍ଯ୍ୟ ହୋଇଛି । ମାଓ ଅଧ୍ୟୁଷିତ ଅଞ୍ଚଳରେ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍ ଗ୍ରହଣ ହେବ । ଅନ୍ୟ ନିର୍ବାଚନ ମଣ୍ଡଳୀରୁ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି ।

   Related Posts