ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

Published By : Prameya-News7 Bureau | March 28, 2019 IST

ଭୁବନେଶ୍ବର ୨୮|୩ : ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ତୃତୀୟ ପର୍ଯ୍ୟାୟରେ ହେବାକୁ ଥିବା ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସମ୍ବଲପୁର, ଢ଼େଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ଓ ଏହାର ଅଧିନସ୍ଥ ବିଧାନସଭା ଆସନ ପାଇଁ ଆଜିଠାରୁ ପ୍ରାର୍ଥୀ ପତ୍ର ଦାଖଲ ଆରମ୍ଭ ହେବ । ଏପ୍ରିଲ ୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଚାଲିବ । ଏପ୍ରିଲ ୫ତାରିଖରେ ନାମାଙ୍କନ ପତ୍ର ଯାଂଚ ହେବ ଓ ଏପ୍ରିଲ ୮ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏପ୍ରିଲ ୨୩ ତାରିଖରେ ଭୋଟ୍ ଗ୍ରହଣ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.