Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଏନଟିପିସି ପାଉଁଶ ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ, କ୍ଷତିପୂରଣ ଦାବି କଲେ ସ୍ଥାନୀୟ ଲୋକେ

3/07/2021 at 12:12 PM

ଅନୁଗୋଳ, ୦୩/୦୭:  ପାଉଁଶ ପୋଖରୀରୁ ଉଦ୍ଧାର ହେଲା ମୃତଦେହ। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏହାସହ ସ୍ଥାନୀୟ ଲୋକେ କ୍ଷତିପୂରଣ ମଧ୍ୟ ଦାବି କରିଛନ୍ତି ।

ସୂଚନାନୁସାରେ, ଅନୁଗୋଳ କଣିହାଁ ଏନଟିପିସି ପାଉଁଶ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ସ୍ଥାନୀୟ ଡେରେଙ୍ଗ ଗାଁର ଶ୍ରୀକାନ୍ତ ନାୟକ। ଶୌଚ ପାଇଁ ଯାଇଥିବା ବେଳେ ତାଙ୍କର ଗୋଡ଼ ଖସି ଯାଇଥିଲା। ବହୁ ଖୋଜାଖୋଜି ପରେ ତାଙ୍କର ମୃତଦେହ ଏନଟିପିସି ପାଉଁଶ ପୋଖରୀ ଫେଜ ୧ରୁ ଉଦ୍ଧାର ହୋଇଛି।

କଣିହାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଘର ଲୋକ ଏବଂ ସ୍ଥାନୀୟ ଲୋକେ ଶ୍ରୀକାନ୍ତଙ୍କ ମୃତ୍ୟୁକୁ ନେଇ ଅସନ୍ତୁଷ୍ଟ ପ୍ରକାଶ କରିବା ସହ କ୍ଷତିପୂରଣ ଦାବି କରିଛନ୍ତି ।

   Related Posts