Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

11/09/2021 at 11:48 AM

ଭୁବନେଶ୍ଵର ୧୧।୦୯ : ଆସିଛି ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ । ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାର ପୁରପଲ୍ଲୀ ଉତ୍ସବମୁଖର। ଏହି ଅବସରରେ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀ ଟ୍ଵିଟ୍ କରି ଲେଖିଛନ୍ତି ଯେ, ନୂଆଁଖାଇ ଜୁହାର୍ ! ଏହି ପବିତ୍ର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା । ନୂଆଁଖାଇ ଅବସରରେ ଆମେ ଆମ ଚାଷୀ ଭାଇଙ୍କ ଉଲ୍ଲେଖନୀୟ ଉଦ୍ୟମ ଓ ରାଷ୍ଟ୍ର ନିର୍ମାଣରେ ଯୋଗଦାନକୁ ପ୍ରଶଂସା କରିବା । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରୁଛି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି ଯେ, ଗଣପର୍ବ ନୂଆଁଖାଇର୍ ଲାଗି ସମକୁ ହୁରୁଦରୁ ଶୁଭେଚ୍ଛା ଆର୍ ଅଭିନନ୍ଦନ୍। ତିହାର୍ ଭିତରେବି ସଭେଁ କୋଭିଡ୍ ନିୟମ୍ ମାନୁନ୍। ମାଁ ସମଲେଇ ସମକୁ ସୁଖ୍ ଶାନ୍ତି ଥି ବନେ କରି ରଖିଥାଉନ୍।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆଁଖାଇ ଜୁହାର୍ ଜଣାଇଛନ୍ତି। ସେ ଟ୍ଵିଟ୍ କରିଛନ୍ତି ଯେ, ନୂଆଁଖାଇର୍ ଉଧେ ମାଏନ୍ତା ଗୁରୁଜନ୍, ମାଁ ବହେନ୍ ଆଉ ଦାଦା – ଭାଏ ମାନକୁଁ ସଭ୍କେ “ଜୁହାର୍” କରୁଛେଁ । ଆପନ୍ ମାନ୍କଁର୍ ଜୀବନ୍ ଥି, ପରିବାର୍ ଥି ସୁଖ, ଶାନ୍ତି ରହୁ ଆଉ ସଭେଁ ନିରାମୟ ଜୀବନ ଜିଉଁନ୍, ଇଟା କାମ୍ନା କରୁଛେଁ ।

   Related Posts