Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜାନୁଆରୀ ୨୭, ସକାଳେ ଜେଲ୍‌ରୁ ମୁକୁଳିପାରନ୍ତି ଭି.କେ. ଶଶିକଳା
  • ||
  • ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ଖୋଲିଵାକୁ ସରକାରଙ୍କ ନିଷ୍ପତ୍ତି
  • ||
  • କଟକ:କାଲିଠାରୁ ଖୋଲିଵ ନେତାଜୀ ସଂଗ୍ରହାଳୟ
  • ||
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||

ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି, ରାଜଭବନରେ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ

4/01/2021 at 7:27 AM

ଭୁବନେଶ୍ୱର ୦୪।୦୧:  ଆଜି ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧର । ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶପଥପାଠ କରାଇବେ । ସକାଳ ସାଢେ ୯ ଟାରେ ଶପଥ ଗ୍ରହଣ ଉତ୍ସବ ରହିଛି । ରବିବାର ଭୁବେନଶ୍ବରରରେ ପହଞ୍ଚିଛନ୍ତି ନବ ନିଯୁକ୍ତ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧର । ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା ।

ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଡକ୍ଟର ଜଷ୍ଟିସ ଏସ.ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି । ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧର ୧୯୮୪ରେ ଚେନ୍ନାଇଠାରେ ଆଇନ କାର୍ଯ୍ୟ ଆରମ୍ଭ କରିଥିଲେ। ୧୯୮୭ରେ ଦିଲ୍ଲୀକୁ ସ୍ଥାନାନ୍ତର ହୋଇ ସୁପ୍ରିମକୋର୍ଟ ଓ ଦିଲ୍ଳୀ ହାଇକୋର୍ଟରେ ଓକିଲାତି କରିଥିଲେ। ସୁପ୍ରିମକୋର୍ଟ ଆଇନ ସେବା କମିଟି ଓକିଲ ଭାବେ ଡକ୍ଟର ମୁରଲୀଧର ଖୁବ୍ ସକ୍ରିୟ ଥିଲେ । ଏହି କମିଟିକୁ ଦୁଇ ଥର ନିର୍ବାଚିତ ହୋଇଥିଲେ। ଭୋପାଳ ଗ୍ୟାସ ଦୁର୍ଘଟଣା ଏବଂ ନର୍ମଦା ନଦୀବନ୍ଧ ବିସ୍ଥାପିତଙ୍କ ପାଇଁ ଓକିଲାତି କରି ଖୁବ୍ ଚର୍ଚ୍ଚାରେ ରହିଥିଲେ ଡକ୍ଟର ମୁରଲୀଧର। ୨୦୦୨ରୁ ୨୦୦୬ ମଧ୍ୟରେ ଲ’ କମିସନ ପାର୍ଟଟାଇମ ସଦସ୍ୟ ଭାବେ କାର୍ଯ୍ୟ କରିବା ସହ ଜାତୀୟ ମାନବାଧିକାର ଆୟୋଗ ଓ ଭାରତୀୟ ନିର୍ବାଚନ ଆୟୋଗଙ୍କ ଓକିଲ ଭାବେ ବିଭିନ୍ନ ଅଦାଲତରେ ମାମଲା ପରିଚାଳନା କରିଛନ୍ତି। ୨୯ ମଇ ୨୦୦୬ରେ ଦିଲ୍ଳୀ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ଡକ୍ଟର ମୁରଲୀଧର। ପରେ ୬ ମାର୍ଚ୍ଚ ୨୦୨୦ରେ ପଞ୍ଜାବ ଓ ହରିୟାଣା ହାଇକୋର୍ଟକୁ ବଦଳି ହୋଇଥିଲେ।

   Related Posts