Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ, ଅଭିଯୁକ୍ତ ବିରୋଧରେ ଥାନାରେ ଫେରାଦ ହେଲେ ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ

1/03/2021 at 5:11 PM

ଚଣ୍ଡିଖୋଲ ୦୧।୦୩: ସୋସିଆଲ ମିଡ଼ିଆରେ ଅଶାଳୀନ ମନ୍ତବ୍ୟ ପୋଷ୍ଟ କରିବା ନେଇ ଯାଜପୁର ଜିଲ୍ଲା ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବଡ଼ଚଣା ଅଞ୍ଚଳର ଜୈନିକ ବ୍ୟକ୍ତିଙ୍କ ନାମରେ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଉକ୍ତ ବ୍ୟକ୍ତିଙ୍କୁ ଯଥା ଶୀଘ୍ର ଗିରଫ କରାନଗଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ ଦିଆଯାଇଛି।

ଦୀର୍ଘ ଦିନ ଧରି ଜୈନିକ ବ୍ୟକ୍ତି ଜଣକ ଫେସବୁକ ଓ ବିଭିନ୍ନ ସୋସିଆଲ ମିଡ଼ିଆରେ ହିନ୍ଦୁ ଧର୍ମ, ହିନ୍ଦୁ ଦେବା ଦେବୀ, ହିନ୍ଦୁ ପରମ୍ପରା ଉପରେ କଦର୍ପ କରି ଫଟୋ  ପୋଷ୍ଟ କରିବା ସହ ନକାରାତ୍ମକ ଟିପ୍ପଣୀ ପୋଷ୍ଟ କରୁଥିଲେ। ଏହା ଦ୍ଵାରା ସମାଜରେ ହିଂସା ଓ ଅଶାନ୍ତି ସୃଷ୍ଟି ହେଉଥିବାରରୁ ଏହାର ପ୍ରତିବାଦରେ ଶତାଧିକ ବଜରଙ୍ଗ ଦଳ ସଦସ୍ୟ ବଡ଼ଚଣା ଥାନାରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଆଗାମୀ ଦିନରେ ଜିଲ୍ଲାର ସମସ୍ତ ଥାନାରେ ଲିଖିତ ଅଭିଯୋଗ ଦିଆଯିବ। ଜୈନିକ ବ୍ୟକ୍ତି ଖୁବ ଶୀଘ୍ର ଗିରଫ କରା ନଗଲେ ଆଗାମୀ ଦିନରେ ରାଜରାସ୍ତାରେ ପ୍ରତିବାଦ କରାଯିବ ବୋଲି ଚେତାବନୀ ଦିଆ ଯାଇଛି।

   Related Posts