Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଓଡିଆରେ ପଢାଯିବ ଇଞ୍ଜିନିୟରିଂ, ଅନୁମତି ଦେଲା ଏଆଇସିଟିଇ

18/07/2021 at 11:08 AM

ଭୁବନେଶ୍ୱର, ୧୮/୦୭ :   ନୂଆ ଜାତୀୟ ଶିକ୍ଷାନୀତିରେ ଆଞ୍ଚଳିକ ଭାଷାକୁ ଗୁରୁତ୍ୱ ଦେବାର ବ୍ୟବସ୍ଥା ରହିଛି । ଯାହାକୁ କାର୍ଯ୍ୟକାରୀ କରିବାକୁ ଯାଇ ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆ ସମେତ ୧୧ଟି ଆଞ୍ଚଳିକ ଭାଷାରେ ଇଞ୍ଜିନିୟରିଂ ପଢ଼ାଯିବ । ହିନ୍ଦୀ, ମରାଠୀ, ତାମିଲ, ତେଲୁଗୁ, କନ୍ନଡ଼, ଗୁଜରାଟୀ, ମାଲାୟଲମ, ବଙ୍ଗଳା, ଅହମିୟା, ପଞ୍ଜାବୀ ଓ ଓଡ଼ିଆ ଭାଷାରେ ବି.ଟେକ୍‌ ଶିକ୍ଷାଦାନ ପାଇଁ ଏଆଇସିଟିଇ ଅନୁମତି ଦେଇଛି । ୮ଟି ରାଜ୍ୟର ୧୪ଟି ଇଞ୍ଜିନିୟରିଂ କଲେଜରେ ନିର୍ଦ୍ଦିଷ୍ଟ ବିଷୟରେ ଆଞ୍ଚଳିକ ଭାଷାରେ ଇଞ୍ଜିନିୟରିଂ ଶିକ୍ଷାଦାନ ପାଇଁ ହୋଇଥିବା ନିଷ୍ପତ୍ତିକୁ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡ଼ୁ ସ୍ୱାଗତ କରିଛନ୍ତି । ଜାତୀୟ ଶିକ୍ଷାନୀତି ଅନୁସାରେ ଆଞ୍ଚଳିକ ଭାଷାରେ ବି.ଟେକ୍‌ ଶିକ୍ଷାଦାନ ପାଇଁ ଏଆଇସିଟିଇ ଅନୁମତି ଦେଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି । ଆଗାମୀ ଦିନରେ ଅଧିକ ସଂଖ୍ୟାରେ ଇଞ୍ଜିନିୟରିଂ କଲେଜ ଏବଂ ଅନ୍ୟ ବୈଷୟିକ ଶିକ୍ଷାନୁଷ୍ଠାନ ଆଞ୍ଚଳିକ ଭାଷାରେ ଶିକ୍ଷାଦାନ କରିବା ନେଇ ଉପରାଷ୍ଟ୍ରପତି ଆଶାବ୍ୟକ୍ତ କରିଛନ୍ତି ।

ଉଲ୍ଲେଖଯୋଗ୍ୟ, ଶନିବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ ସାକ୍ଷାତ କରିଥିଲେ । ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ଅନ୍ୟ ସହଯୋଗୀ ଡ. ସୁଭାସ ସରକାର, ରଞ୍ଜନ ରାଜକୁମାର, ଅର୍ଣ୍ଣପୂର୍ଣ୍ଣା ଦେବୀ ପ୍ରମୁଖ ଉପରାଷ୍ଟ୍ରପତିଙ୍କୁ ଭେଟି ଶିକ୍ଷାର ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ । ପରେ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଞ୍ଚଳିକ ଭାଷାରେ ଇଞ୍ଜିନିୟରିଂ ପଢ଼ାଯିବା ନେଇ ଟୁଇଟ୍‌ କରାଯାଇଥିଲା ।ଏ ସମ୍ପର୍କରେ ଏଆଇସିଟିଇ ଅଧ୍ୟକ୍ଷ ପ୍ରଫେସର ଅନିଲ ସାହସ୍ରବୁଦେ୍ଧ କହିଛନ୍ତି, ବୈଷୟିକ ଶିକ୍ଷା ନିୟାମକ ମନ୍ତ୍ରଣାଳୟର ସ୍ୱୟମ୍‌ ପ୍ଲାଟଫର୍ମରେ ଇଞ୍ଜିନିୟରିଂ ସମ୍ୱନ୍ଧୀୟ ସମସ୍ତ ଭିଡିଓ ବକ୍ତବ୍ୟକୁ ୮ଟି ଆଞ୍ଚଳିକ ଭାଷାରେ ଅନୁବାଦ ହୋଇସାରିଛି ।

ଶୀଘ୍ର ଓଡ଼ିଆ, ଆସାମ ଏବଂ ପଞ୍ଜାବୀରେ ମଧ୍ୟ ଅନୁବାଦ ହେବ । ଆଞ୍ଚଳିକ ଭାଷାରେ ଇଞ୍ଜିନିୟରିଂ ଶିକ୍ଷାଦାନ ପାଇଁ ଅନୁମତି କେବଳ ନ୍ୟାସନାଲ୍‌ ବୋର୍ଡ ଅଫ୍‌ ଆକ୍ରିଡେସନ ସ୍ୱୀକୃତିପ୍ରାପ୍ତ ପାଠ୍ୟକ୍ରମକୁ ଦିଆଯାଇଛି । ପ୍ରଥମ ବର୍ଷର ଛାତ୍ରମାନଙ୍କ ପାଇଁ ସ୍ୱୟମ୍‌ ବକ୍ତୃତାର ଅନୁବାଦ ସମ୍ପୂର୍ଣ୍ଣ ହୋଇଛି । ଆମେ ବର୍ତ୍ତମାନ ଆଞ୍ଚଳିକ. ଭାଷାରେ ପାଠ୍ୟପୁସ୍ତକ ଅନୁବାଦ କରିବା ଜାରି ରଖିଛୁ ବୋଲି ପ୍ରଫେସର ସହସ୍ରବୁଦେ୍ଧ ସୂଚନା ଦେଇଛନ୍ତି ।

   Related Posts