Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ବାୟୁସେନା ହେଲିକପ୍ଟର କ୍ରାସ୍‌ରେ ଓଡିଆ ଯବାନ ମୃତ, ତାଳଚେରରେ ରାଣା ପ୍ରତାପ ଦାସଙ୍କ ଘର

9/12/2021 at 8:55 AM

ଭୁବନେଶ୍ୱର ୦୯।୧୨:  ବାୟୁସେନା ହେଲିକପ୍ଟର କ୍ରାସ୍ ଘଟଣା । ମୃତ ୧୩ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡିଆ ଯବାନ । ମୃତ ଯବାନଙ୍କ ନାମ ରାଣା ପ୍ରତାପ ଦାସ ବୋଲି ଜଣାପଡିଛି । ତାଙ୍କ ଘର ତାଳଚେରର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁରେ ବୋଲି ସୂଚନା ରହିଛି ।

ଖବର ଅନୁଯାୟୀ, ବୁଧବାର ଦିନ ମଧ୍ୟାହ୍ନ ସମୟରେ ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲେ ।ଏହି ଦୁର୍ଘଟଣାରେ ସିଡିଏସ୍‌ଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ମୃତକଙ୍କ ମଧ୍ୟରେ ଜଣେ ଓଡିଆ ଯବାନ ରାଣା ପ୍ରତାପ ଦାସ ରହିଛନ୍ତି । ତାଙ୍କ ଘର ତାଳଚେର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁରେ । ରାଣା ପ୍ରତାପ ଦାସ ବାୟୁ ସେନାର ଜୁନିୟର ୱାରେଣ୍ଟ ଅଫିସର ଭାବେ କାର୍ଯ୍ୟରତ ଥିବା ସୂଚନା ମିଳିଛି । ତାଙ୍କ ବିୟୋଗରେ ପରିବାର ଓ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts