Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ବିଧାନସଭା ଶୀତ ଅଧିବେଶନ : ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ଦିନ ୧୨ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

14/11/2019 at 10:37 AM

ଭୁବନେଶ୍ବର ୧୪।୧୧: ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନ ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଗୃହରେ ହୋହଲ୍ଲା ଯୋଗୁଁ ଅପରାହ୍ନ ୧୨ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ସନ୍ଦେହଜନକ ମୃତ୍ୟୁ ପ୍ରସଙ୍ଗ ଉଠାଇ ଗୃହରେ ହୋହଲ୍ଲା କଲେ ବିରୋଧୀ ସଦସ୍ୟ । ପ୍ରଶ୍ନକାଳ ବାତିଲ କରି ମୁଲତବୀ ଆଲୋଚନା ପାଇଁ ଦାବି କଲେ ବିରୋଧୀ ।  

ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନରେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା, ଜଳ ସମ୍ପଦ, ଯଓଜନା ସଂଯୋଜନା, ପର୍ଯ୍ୟଟନ, ସୂଚନା ଓ ଲୋକ ସମ୍ପର୍କ, ବାଣିଜ୍ୟ, ଓଡିଆ ଭାଷା ସାହିତ୍ୟ, ସଂସ୍କୃତି ବିଭାଗର କାର୍ଯ୍ୟକ୍ରମ ରହିଛି ।  ଶୀତ ଅଧିବେଶନ ପ୍ରଥମ ଦିନରୁ ହିଁ ଗୃହ ସରଗରମ ହୋଇଥିଲା । ଦୁଇ ବିରୋଧୀ ଦଳ କଂଗ୍ରେସ ଓ ବିଜେପି ଏକାଠି ନାରୀ ନିର୍ଯାତନା ଓ ପିଇଓ ସ୍ମୀତାରାଣୀ ମୃତ୍ୟୁ ଘଟଣାରେ ପ୍ରଶ୍ନକାଳ ଅଚଳ କରିଥିଲେ । ସବୁ ବାତିଲ କରି ଏହି ପ୍ରସଙ୍ଗରେ ଆଲୋଚନା ଦାବି କରିଥିଲେ ବିରୋଧୀ । ବାଚସ୍ପତି ବିରୋଧୀଙ୍କ ଦାବି ଗ୍ରହଣ କରି ନଥିଲେ । ଏହାକୁ ନେଇ ହୋହଲ୍ଲା ବଢିବାରୁ ଗୃହକୁ ମୁଲତବୀ ରଖିଥିଲେ ବାଚସ୍ପତି । 

   Related Posts