Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବିଧାନସଭା ଶୀତକାଳୀନ ଅଧିବେଶନ : ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ, ଦିନ ୩ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

13/11/2019 at 11:34 AM

ଭୁବନେଶ୍ବର ୧୩।୧୧: ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭରୁ ଗହରେ ହଟ୍ଟଗୋଳ । ଗୃହ ଆରମ୍ଭରୁ ଶୋକପ୍ରସ୍ତାବ ଆଗତ କରିଥିଲେ ଗୃହର ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିରୋଧୀ ଦଳ ନେତା ପ୍ରଦୀପ ନାୟକ, କଂଗ୍ରେସ ଦଳ ନେତା ନରସିଂହ ମିଶ୍ର, ବିଜେପି ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ କରିଥିଲେ ।

ଗୃହରେ ପ୍ରଶ୍ନକାଳ ଆରମ୍ଭ ହେବାରୁ ବିରୋଧୀ ସଦସ୍ୟ ଗୃହରେ ହଟ୍ଟଗୋଳ କରିଥିଲେ । ପ୍ରଶ୍ନକାଳ ବାତିଲ କରି ନାରୀ ସୁରକ୍ଷା ପ୍ରସଙ୍ଗରେ ଆଲୋଚନା ଦାବି କରିଥିଲେ ଉଭୟ ବିଜେପି ଓ କଂଗ୍ରେସ ବିଧାୟକ । ତେବେ ଗୃହକାର୍ଯ୍ୟ ଆରମ୍ଭ ପୂର୍ବରୁ ପ୍ରସ୍ତାବ ଦେଇଥିଲେ ବିରୋଧୀ । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୩ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ମୁଲତବୀ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

   Related Posts