Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ବିରୋଧୀଙ୍କ ଘଣ୍ଟ ଶବ୍ଦରେ କମ୍ପିଲା ବିଧାନସଭା, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

7/12/2021 at 11:07 AM

ଭୁବନେଶ୍ବର ୭୧୨: ବିଧାନସଭା ଶୀତ ଅଧିବେଶନର ଷଷ୍ଠ ଦିନରେ ମଧ୍ୟ ଚାଲିପାରୁନି ବିଧାନସଭା । ଗୃହ କାର୍ଯ୍ୟ ଆରମ୍ଭରୁ ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଛନ୍ତି ବିରୋଧୀ । ପ୍ଲାକାର୍ଡ ଧରି ଗୃହ ମଧ୍ୟ ଭାଗରେ ବିରୋଧୀ ହଟ୍ଟଗୋଳ କରିଛନ୍ତି । ମମିତା ମେହେର ପ୍ରସଙ୍ଗରେ ହୋହଲ୍ଲା କରିଛନ୍ତି ବିରୋଧୀ । ଫଳରେ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

ସେପଟେ ଗୃହରେ ଘଣ୍ଟ ବାଡେଇ ବିଜେପି ପ୍ରତିବାଦ କରିଥିବା ବେଳେ କେନ୍ଦ୍ର ଅବହେଳା ପ୍ରସଙ୍ଗ ସହ ଅନ୍ୟ ପ୍ରସଙ୍ଗ ନେଇ ବିଜେଡି ମଧ୍ୟ ପ୍ରତିବାଦ କରିଛି । ବିରୋଧୀଙ୍କ ଉପରକୁ ବିଜେଡି ଗଙ୍ଗା ଜଳ ପକାଇଛି । ଗୃହର ମଧ୍ୟଭାଗରେ ତିନି ଦଳଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ଘୋଷଣା ହୋଇଛି । ବିଧାନସଭା ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତ୍ତି ତଳେ ବିଜେଡି ବିଧାୟକ ଧାରଣା ଦେଇଛନ୍ତି ।  

   Related Posts