Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ : ଗୃହରେ ଅଭିଭାଷଣ ରଖିବେ ରାଜ୍ୟପାଳ, ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ପ୍ରସ୍ତୁତ

14/02/2020 at 7:23 AM

ଭୁବନେଶ୍ବର ୧୪।୨: ଆଜିଠୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୪ରୁ ୨୬ ପର୍ଯ୍ୟନ୍ତ ଏବଂ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୧ ତାରିଖରୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ବସିବାକୁ ସ୍ଥିର ହୋଇଛି।

ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ତାଙ୍କ ଅଭିଭାଷଣ ରଖିବେ। ୧୮ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଏଥର ବଜେଟ୍ ଆକାର ଦେଢ଼ ଲକ୍ଷ କୋଟି ଟଙ୍କାକୁ ଟପିବ ବୋଲି ସୂଚନା ମିଳିଛି।

ବଜେଟ୍ ଅଧିବେଶନ ପୂର୍ବରୁ ଗତକାଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଗତକାଲି ସର୍ବଦଳୀୟ ବୈଠକ ବସିଥିଲା । ଏହି ଅଧିବେଶନରେ ଗୃହ କାର୍ଯ୍ୟ କିଭଳି ସୁରୁଖୁରୁରେ ଚାଲିବା ନେଇ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି ।

ଚଳିତ ଅଧିବେଶନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସର ବିଧାୟକ ଦଳ ବୈଠକରେ ମଧ୍ୟ ଦଳୀୟ ରଣନୀତି ପ୍ରସ୍ତୁତ ହୋଇଛି। ଧାନର ଅଭାବୀ ବିକ୍ରି, ବିଦ୍ୟୁତ୍ ସମସ୍ୟା ପ୍ରସଙ୍ଗ, ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବ ବିଜେପି ।

ସେହିପରି କଂଗ୍ରେସ ବି ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବ ବୋଲି ରଣନୀତି ପ୍ରସ୍ତୁତ କରିଛି । ସେପଟେ ବିଜେଡି ଏଥର କେନ୍ଦ୍ରୀୟ ଅବହେଳା, ବିଦ୍ୟୁତ୍ ବଣ୍ଟନରେ ରାଜ୍ୟକୁ ଅବହେଳା ପ୍ରସଙ୍ଗ ଉଠାଇ ବିଜେପିକୁ ଯବାବ ଦେବ ବୋଲି କହିଛି ।

   Related Posts