Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ପୁଣି ଗୃହରେ ବିରୋଧୀଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

9/09/2021 at 12:32 PM

ଭୁବନେଶ୍ବର ୯।୯: ବିଧାନସଭା ମୌସୁମୀ ଅଧିବେଶନର ଶେଷ ଦିନରେ ବି ଚାଲି ପାରିନି ପ୍ରଶ୍ନକାଳ । ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ପୁଣି ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ । ଗୃହର ମଧ୍ୟ ଭାଗକୁ ଆସି ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ ହୋହଲ୍ଲା ଓ ନାରାବାଜି କରିଥିଲେ । ଫଳରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଉଲ୍ଲେଖଯୋଗ୍ୟ ଯେ, ଖଣି ଦୁର୍ନୀତି ପ୍ରସଙ୍ଗରେ ଆସିଥିଲା ମୁଲତବୀ ପ୍ରସ୍ତାବ । ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ଗୃହ କାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ କରିଥିଲେ ବିରୋଧୀ । ଗୃହର ମଧ୍ୟ ଭାଗକୁ ଆସି ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ ହୋହଲ୍ଲା ଓ ନାରାବାଜି କରିଥିଲେ । ଫଳରେ ଗୃହକୁ ଦିନ ୧୧ଟା ୩୦ମିନିଟ୍ ଯାଏଁ ମୁଲତବୀ ରଖିଥିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ପୁର୍ନବାର ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ସମାନ ପ୍ରସଙ୍ଗ ନେଇ ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ ସଦସ୍ୟ । ଫଳରେ ପୁର୍ନବାର ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।

   Related Posts